ଭରତପୁର ପୋଲିସ- ସେନା ଅଧିକାରୀ ବିବାଦ ମାମଲା: ୪ ପୋଲିସଙ୍କ ଉପରୁ ହଟିଲା ନିଲମ୍ବନ

ଖଣ୍ଡଗିରି ଭରତପୁର ଥାନାରେ ମେଜର୍‌ ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଲମ୍ବିତ ହୋଇଥିବା ୪ ଜଣ ପୋଲିସ କର୍ମଚାରୀଙ୍କ ଉପରୁ ନିଲମ୍ବନ ହଟାଇ ଦିଆଯାଇଛି । ହେଲେ ଏହି ଘଟଣାରେ ନିଲମ୍ବିତ ତତ୍କାଳୀନ ଥାନା ଅଧିକାରୀ ଦୀନକୃଷ୍ଣ ମିଶ୍ରଙ୍କ ଉପରୁ ନିଲମ୍ବନ ଆଦେଶ ହଟିନାହିଁ ।ସୂଚନାଯୋଗ୍ୟ ଯେ, ଗତବର୍ଷ ସେପ୍ଟେମ୍ବର ୧୪ ତାରିଖ ଶନିବାର ବିଳମ୍ବିତ ରାତିରେ ମେଜର ଓ ତାଙ୍କ ବାନ୍ଧବୀ କାର୍‌ରେ ଯାଉଥିବା ବେଳେ କିଛି ରୋଡ୍ ରୋମିଓ ତାଙ୍କୁ ଦୁର୍ବ୍ୟବହାର କରିଥିଲେ । ଏ ନେଇ ମେଜର ଏବଂ ତାଙ୍କ ବାନ୍ଧବୀ ଭରତପୁର ଥାନାରେ ଅଭିଯୋଗ କରିବାକୁ ଯାଇଥିଲେ । ମାତ୍ର ପୋଲିସ ପିସିଆର୍ ପଠାଇବା ବଦଳରେ ପ୍ରଥମେ ଲିଖିତ ଅଭିଯୋଗ କରିବାକୁ କହିଥିଲେ ।

ଏହାକୁ ନେଇ ଥାନାରେ ଉଭୟ ପକ୍ଷଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା । ତଦନ୍ତ କରିବା ପରିବର୍ତ୍ତେ ମେଜର୍ ଓ ବାନ୍ଧବୀଙ୍କ ହାଜତରେ ରଖିବା ସହିତ ନିର୍ଯାତନା ଦେଇଥିଲେ ବୋଲି ଅଭିଯୋଗ ହୋଇଥିଲା ।

You might also like