Browsing Category

ଆଜିର ଖବର

ଚିଲିକାର ପୁନରୁଦ୍ଧାର ପାଇଁ ହେବ DPR

ଚିଲିକାର ହେବ ସୌନ୍ଦର୍ଯ୍ୟକରଣ। ପାଇବ ନୂଆ ରୂପ। ଚିଲିକା ଆଖପାଖ ଅଞ୍ଚଳକୁ କରାଯିବ ଉନ୍ନତିକରଣ । ସମ୍ପୂର୍ଣ୍ଣ ଅବରୋଧ ମୁକ୍ତ ହେବ ଚିଲିକା ହ୍ରଦ । ଏନେଇ ଆଇଆଇଟି ମାଡ୍ରାସ୍ ଓଷନୋଗ୍ରାଫି ସହ ବୁଝାମୁଣା ସ୍ବାକ୍ଷରିତ ହୋଇଛି। ୧୫ ଶହରୁ ୨ ହଜାର କୋଟିର ଡିପିଆର୍ ପ୍ରସ୍ତୁତ ହୋଇଛି।

୨୦୨୬ ମାର୍ଚ୍ଚରେ ହଟିଯିବ ୫୦୦ ଟଙ୍କିଆ ନୋଟ୍: ସୋସିଆଲ୍ ମିଡିଆରେ ଭାଇରାଲ ଖବର

ସୋସିଆଲ୍ ମିଡିଆରେ ଗୋଟେ ଖବର ଭାଇରାଲ ହେଉଛି। ୨୦୨୬ ମାର୍ଚ୍ଚ ପରେ ମାର୍କେଟ୍‌ରୁ ୫୦୦ ଟଙ୍କିଆ ନୋଟ୍ ହଟାଇ ନେବ ଆର୍‌ବିଆଇ। ଅର୍ଥାତ୍ ଏହି ନୋଟ୍ ଆଉ ପ୍ରଚଳନ ହେବ ନାହିଁ। ସରକାରି ସଂସ୍ଥା PIB ତରଫରୁ ସୋସିଆଲ ମିଡିଆ ଏକ୍ସରେ ଏହି ମସେଜ୍‌ କୁ ଖଣ୍ଡନ କରାଯାଇଛି । PIB ତରଫରୁ କୁହାଯାଇଛି

 ଶ୍ରୀମନ୍ଦିର ସୁରକ୍ଷାରେ ପୁଣି ଏକ ବଡଧରଣର ତ୍ରୁଟି, ବଡ଼ଦେଉଳ ଭିତରୁ ବାହାରିଲା ଜୋତା

ପୁଣି ଅସୁରକ୍ଷିତ ହୋଇ ପଡିଛି ଶ୍ରୀମନ୍ଦିର । ଆଜି ଶ୍ରୀମନ୍ଦିର ସୁରକ୍ଷାରେ ପୁଣି ଏକ ବଡ ତ୍ରୁଟି ପରିଲିକ୍ଷିତ ହୋଇଥିବା ଦେଖିବାକୁ ମିଳିଛି । କେହି ଜଣେ ବ୍ୟକ୍ତି ଶ୍ରୀମନ୍ଦିର ଭିତରକୁ ଜୋତା ପିନ୍ଧି ପ୍ରବେଶ କରିଥିବା ଦେଖିବାକୁ ମିଳିଛି ।ଯାହା ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇବା

ପାଣ୍ଡିଆନଙ୍କ ବିରୋଧରେ ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ପାଣ୍ଡିଆନଙ୍କ ବିରୋଧରେ ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ପାଣ୍ଡିଆନଙ୍କ ବିରୋଧରେ କରାଯାଇଥିବା ଅଭିଯୋଗର ତଦନ୍ତ ପାଇଁ ଆସନ୍ତା ୬ ତାରିଖ ସୁଦ୍ଧା ସମସ୍ତ ଦସ୍ତାବିଜ, ଇଲେକ୍ଟ୍ରୋନିକ୍ସ ରେକର୍ଡ ଏବଂ ଅନ୍ୟାନ୍ୟ ପ୍ରମାଣ ଦାଖଲ କରିବାକୁ ଅଭିଯୋଗକାରୀ ଭାରତୀୟ ବିକାଶ ପରିଷଦର ସଭାପତି ସୁରେନ୍ଦ୍ର

 ପ୍ରୟାଗରାଜର ପବିତ୍ର ତ୍ରିବେଣୀ ସଙ୍ଗମ କୂଳରେ ଆଜିଠାରୁ ବିଶ୍ୱପ୍ରସିଦ୍ଧ ‘ମାଘ ମେଳା ୨୦୨୬’ ଆରମ୍ଭ

ଧର୍ମନଗରୀ ପ୍ରୟାଗରାଜର ପବିତ୍ର ତ୍ରିବେଣୀ ସଙ୍ଗମ କୂଳରେ ଆଜିଠାରୁ ବିଶ୍ୱପ୍ରସିଦ୍ଧ 'ମାଘ ମେଳା ୨୦୨୬' ଆରମ୍ଭ ହୋଇଛି। ଆଜି ପୌଷ ପୂର୍ଣ୍ଣିମାର ଶୁଭ ଅବସରରେ ହଜାର ହଜାର ଶ୍ରଦ୍ଧାଳୁ ଗଙ୍ଗା, ଯମୁନା ଏବଂ ସରସ୍ୱତୀଙ୍କ ମିଳନ ସ୍ଥଳରେ ଆସ୍ଥାର ବୁଡ଼ ପକାଇଛନ୍ତି । ମାଘ ମାସରେ ପ୍ରୟାଗରାଜରେ

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସୂଚନା ; ନୂଆ ରୂପ ପାଇବ ଲୋକସେବା ଭବନ

ନୂଆ ରୂପ ପାଇବ ଲୋକସେବା ଭବନ। ସମ୍ପୂର୍ଣ୍ଣ ଲୋକସେବା ଭବନର ହେବ ପୁନଃବିନ୍ୟାସ । ଏନେଇ ଡିପିଆର ପ୍ରସ୍ତୁତ ହୋଇସାରିଛି । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି । ଚଳିତ ବର୍ଷ ଶେଷ ସୁଦ୍ଧା ପୂରା ଲୋକସେବା ଭବନ ପୁନଃବିନ୍ୟାସ କାର୍ଯ୍ୟ ଆରମ୍ଭ ହେବ । ଏହି ସୂଚନା ଦେଇଛନ୍ତି

ଆଇପିଏଲ ଖେଳିବେ ନାହିଁ ମୁସ୍ତାଫିଜୁର ରହମାନ: କେକେଆରଙ୍କୁ କଡା ନିର୍ଦ୍ଦେଶ ଦେଲା ବିସିସିଆଇ

ଆଇପିଏଲ ୨୦୨୬ ନିଲାମରେ ମୁସ୍ତାଫିଜୁର ରହମାନ ଏକମାତ୍ର ବାଂଲାଦେଶୀ ଖେଳାଳି । ଆଇପିଏଲ୍ ୨୦୨୬ରେ ଅଂଶଗ୍ରହଣ କରିପାରିବେ ନାହିଁ ମୁସ୍ତାଫିଜୁର ରେହମାନ । ବିସିସିଆଇର ସଚିବ ଦେବଜିତ ସାଇକିଆ ଏନେଇ ସ୍ପଷ୍ଟ କରିଛନ୍ତି । ସେ କେକେଆରକୁ କଡ଼ାକଡି ଭାବେ ସ୍ପଷ୍ଟ କରି କହିଛନ୍ତି ଯେ, ତୁରନ୍ତ

ଗ୍ରୀନ ଷ୍ଟିକର ନେଇ ବଡ଼ ସୂଚନା ଦେଲେ ପରିବହନ ମନ୍ତ୍ରୀ

ଗ୍ରୀନ ଷ୍ଟିକର ଗାଡିରେ ଲଗାଇବା ବାଧ୍ୟତାମୂଳକ ନୁହେଁ । ଏନେଇ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି । ଏହି ମାସରେ ସମସ୍ତ ଆରଟିଓରେ ପର୍ଯ୍ୟାପ୍ତ ପରିମାଣ ଗ୍ରୀନ ଷ୍ଟିକର ଦିଆଯିବ । ଗ୍ରୀନ ଷ୍ଟିକର କେବଳ ଏକ ସୂଚକ । କୌଣସି ଦେୟ ଦେବାକୁ ପଡିବନି । ଏଥିପାଇଁ କୌଣସି

ଲୋକଙ୍କ ଘରେ ସ୍ମାର୍ଟ ମିଟର ଲଗାଇବେ ସରକାର

ରାଜ୍ୟ ସରକାର ସ୍ମାର୍ଟ ମିଟର ଲଗାଇବେ। କ୍ୟାବିନେଟ ନିଷ୍ପତ୍ତି ପରେ ଶକ୍ତି ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଏଥିନିମନ୍ତେ ୭୩୫ କୋଟି ଟଙ୍କାର ଏକକାଳୀନ ଅନୁଦାନ ପ୍ରଦାନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ୨ କିଲୋ ଓ୍ବାଟ ଯାଏ ଥିବା ୮.୭୫ ଲକ୍ଷ ମିଟରକୁ ବଦଳାଇ ସ୍ମାର୍ଟ ମିଟର

ରେକର୍ଡ ଭାଙ୍ଗିଲା ଓଡ଼ିଶା: ପ୍ରଦୂଷଣରେ ତାଳଚେର ନମ୍ବର ୧

ଦେଶର ରାଜଧାନୀକୁ ବି ପଛରେ ପକାଇ ଦେଇଛି ଓଡିଶା । ରାଜ୍ୟରେ ପ୍ରଦୂଷଣ ଭୟଙ୍କର ରୂପ ଧାରଣ କରିଛି । କୁହୁଡ଼ି ଆସ୍ତରଣ ଭିତରେ ବାୟୁରେ ଧୂଳିକଣା ଜମାଟ ବାନ୍ଧିବା ପରି ପ୍ରତିତ ହେଉଛି । । ତାଳଚେର ଓ ଅନୁଗୋଳ ଦେଶର ସବୁଠୁ ପ୍ରଦୂଷିତ ସହର ପାଲଟିଛି। AQI ଅତିଖରାପ ସ୍ତରରେ ଥିବା ଦେଶର ୬ ସହର

ଆଜି ପୌଷପୁର୍ଣ୍ଣିମା, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଦେବାଭିଷେକ ନୀତି

ଆଜି ପୌଷପୁର୍ଣ୍ଣିମା, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଦେବାଭିଷେକ ନୀତି । ସ୍ବର୍ଣ୍ଣ ଅଳଙ୍କାରରେ ସଜେଇ ହୋଇ ରାଜ ରାଜେଶ୍ବର ବେଶରେ ଦର୍ଶନ ଦେବେ ଚତୂର୍ଦ୍ଧାମୂର୍ତ୍ତି।ଗତକାଲି ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନଲାଗି ପରେ ମହାପ୍ରଭୁ

ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡ଼ି ଆଶଙ୍କା 

ଘନ କୁହୁଡ଼ିରେ ଲୁଚିଗଲା ପୁରୀ ଶ୍ରୀମନ୍ଦିର । ଆଜି ପ୍ରବଳ କୁହୁଡ଼ି ହୋଇଥିବା ବେଳେ ଶ୍ରୀମନ୍ଦିର ଓ ନୀଳଚକ୍ର ଦୃଶ୍ୟମାନ ହେଉନି । କୁହୁଡିର ମାତ୍ରା ଏତେ ଅଧିକ ଯେ ଅତିନିକଟରୁ ବି ମନ୍ଦିର ଦେଖିବା ମୁସକିଲ ହୋଇପଡିଛି ।ଆଉ ୪ ଦିନ ଘନ କୁହୁଡ଼ି । ଜଗତସିଂହପୁର, ପୁରୀ, କଟକ ଓ