Browsing Category

ଆଜିର ଖବର

୧୫ରୁ କମିପାରେ ରାତି ତାପମାତ୍ରା

ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବିଦାୟ ନେଉଥିବା ବେଳେ ଆସନ୍ତା ୧୫ ତାରିଖରୁ ରାଜ୍ୟରେ ଶୀତର ଆଗମନ ହେବ। କନ୍ଧମାଳ, କୋରାପୁଟ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝରରେ ରାତି ତାପମାତ୍ରା ଅନ୍ୟ ସବୁ ଜିଲ୍ଲା ତୁଳନାରେ କମ୍‌ ରହିପାରେ । ଏ ସବୁ ସ୍ଥାନରେ ଶିଶିରପାତ ବା କୁହୁଡ଼ି

ରାଜ୍ୟରୁ ବିଦାୟ ନେବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ରାଜ୍ୟରୁ ଫେରିଯିବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଆଗାମୀ ୨-୩ ଦିନ ମଧ୍ୟରେ ଏହି ପ୍ରକ୍ରିୟା ଆରମ୍ଭ ହେବ । ଓଡ଼ିଶାର କିଛି ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ସଂପୂର୍ଣ୍ଣ ଅନୁକୁଳ ରହିଛି । ଏ ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ସେହିପରି ଆଉ ଏକ

ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା; ଶାନ୍ତି ପାଇଁ ନୋବେଲ ପୁରସ୍କାର ମିଳିଲା ନାହିଁ

ଚଳିତବର୍ଷ ଶାନ୍ତି ପାଇଁ ନୋବେଲ ପୁରସ୍କାର ପାଇବେ ଭେନେଜୁଏଲାର ମାରିଆ କୋରିନା ମାଚାଡୋ । ସେପଟେ ନୋବେଲ ଶାନ୍ତି ପୁରସ୍କାର ପାଇଁ ଦୀର୍ଘଦିନ ଧରି ଲବି କରିଆସୁଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହତାଶ ହୋଇଛନ୍ତି । ସବୁ ସ୍ବପ୍ନ ଭାଙ୍ଗିରୁଜି ଚୁରମାର ହେଇଯାଇଛି ଆଉ ଯେଉଁ ଲବି ସେ

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ନିଶାଡିଙ୍କ ଉତ୍ପାତ!

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ନିଶାଖୋରଙ୍କ ଉତ୍ପାତ । ଖୁଲମଖୁଲା ନିଶା ସେବନ କରି ଶ୍ରଦ୍ଧାଳୁଙ୍କୁ କରୁଛନ୍ତି ଦୁର୍ବ୍ୟବହାର । ଯାହାକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି ।ଜଣେ ଅଣ ସେବାୟତ ନିଶା ସେବନ କରି ଟଳମଳ ଅବସ୍ଥାରେ ଥିବା ଦୃଶ୍ୟ ଦେଖିବାକୁ ମିଳିଥିଲା ।

ଆଇଏଏସ୍‌ ସ୍ତରରେ ଅଦଳବଦଳ

ରାଜ୍ୟ ସରକାର ଆଇଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ପକ୍ଷରୁ ବିଜ୍ଞପ୍ତି ଜାରି କରଯାଇଛି।ବରିଷ୍ଠ ଆଇଏଏସ୍ ଗିରିଶ ଏସ୍‌.ଏନ୍‌ଙ୍କୁ ମିଶନ ଶକ୍ତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।ଏନ୍‌.ଥିରୁମାଲା ନାଏକଙ୍କୁ ସ୍କୁଲ ଓ

ଜୁଲାଇ ୩୧ କିମ୍ବା ତା ପୂର୍ବରୁ ଇ ଚାଲାଣ କଟିଥିଲେ ଫାଇନ କୋହଳ

ଜୁଲାଇ ୩୧ କିମ୍ବା ତା ପୂର୍ବରୁ ଇ ଚାଲାଣ କଟିଥିଲେ ଫାଇନ କୋହଳ ହୋଇଛି । ଏନେଇ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଫାଇନ ୫୦ ପ୍ରତିଶତ କୋହଳ କଲେ ରାଜ୍ୟ ସରକାର । ୫୦ ହଜାର ବଦଳରେ ଦେବାକୁ ହେବ ୨୫ ହଜାର ଟଙ୍କା । ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀଙ୍କ

ପ୍ରେମାନନ୍ଦ ଜୀ ମହାରାଜଙ୍କ ଖରାପ ସ୍ୱାସ୍ଥ୍ୟାବସ୍ଥା ପାଇଁ ଚିନ୍ତାରେ ଭକ୍ତ

ବୃନ୍ଦାବନର ପ୍ରସିଦ୍ଧ ପ୍ରେମାନନ୍ଦ ଜୀ ମହାରାଜଙ୍କ ଖରାପ ସ୍ୱାସ୍ଥ୍ୟାବସ୍ଥା ପାଇଁ ବର୍ତ୍ତମାନ ସେ ଚର୍ଚ୍ଚାରେ ଅଛନ୍ତି । ଉତ୍ତର ପ୍ରଦେଶର ମଥୁରାରେ ଥିବା କେଳି କୁଞ୍ଜ ଆଶ୍ରମର ସନ୍ଥ ପ୍ରେମାନନ୍ଦ ଜୀ ମହାରାଜଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ଏବେ ଭକ୍ତମାନଙ୍କ ମଧ୍ୟରେ ଚିନ୍ତା ପ୍ରକାଶ ପାଇଛି ।

୪ ବର୍ଷ ପରେ ଆଫଗାନିସ୍ତାନ ରାଜଧାନୀ କାବୁଲରେ ପୁଣି ଦୂତାବାସ ଖୋଲିବ ଭାରତ

ଆଫଗାନିସ୍ତାନ ବିଦେଶ ମନ୍ତ୍ରୀ ଅମୀର ଖାନ୍‌ ମୁତ୍ତାକି ଗୋଟିଏ ସପ୍ତାହ ପାଇଁ ଭାରତ ଗସ୍ତରେ ଆସି ଦିଲ୍ଲୀ ପହଞ୍ଚିଛନ୍ତି। ଜାତିସଂଘ ସୁରକ୍ଷା ପରିଷଦ ତାଙ୍କ ଉପରେ ଲାଗିଥିବା ଯାତ୍ରା କଟକଣା କୋହଳ କରିବାପରେ ସେ ଏହି ଯାତ୍ରା କରିଛନ୍ତି। ତେବେ ୨୦୨୧ରେ ତାଲିବାନ୍‌ ଆଫଗାନିସ୍ତାନରେ କ୍ଷମତାକୁ

 କାର୍ତ୍ତିକ ମାସରେ ଏବେ ପରିବା ଦର ଆକାଶଛୁଆଁ 

କାର୍ତ୍ତିକ ମାସ ଆରମ୍ଭରୁ ହିଁ ପରିବା ଦର ହୁ ହୁ ହୋଇ ବଢିବାରେ ଲାଗିଛି । ପୂଣ୍ୟ ମାସ ଭାବେ କଥିତ ଏହି ମାସରେ ସଂଖ୍ୟାଧିକ ଘରେ ଆମିଷ ନିଷେଧ । ଏଣୁ ସାଦା ବା ନିରାମିଷ ଖାଦ୍ୟ ପାଇଁ ପନିପରିବା ଉପରେ ଅଧିକ ନିର୍ଭରଶୀଳ ହୋଇ ପଡୁଛନ୍ତି ଲୋକେ । ହେଲେ ଗତ କିଛି ଦିନରେ ପନିପରିବା ଦର ବେଶ୍ ଦର

ଟ୍ରମ୍ପଙ୍କୁ ବଡ଼ ଝଟକା, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଆଜି ଘୋଷଣା ହେଲା ଶାନ୍ତି ନୋବେଲ ପୁରସ୍କାର ବିଜେତା । ଟ୍ରମ୍ପଙ୍କୁ ବଡ଼ ଝଟକା । ଆମେରିକା ରାଷ୍ଟ୍ରପତିଙ୍କୁ ମିଳିଲାନି ଏହି ପୁରସ୍କାର । ଭେନେଜୁଏଲାର ବିରୋଧୀ ଦଳ ନେତା ମାରିଆ କୋରିନା ମାଚାଡୋ ନୋବେଲ ଶାନ୍ତି ପୁରସ୍କାର ବିଜୟୀ ହୋଇଛନ୍ତି। ଭେନେଜୁଏଲାରେ ଗଣତନ୍ତ୍ର ଏବଂ ଲୋକଙ୍କ ଅଧିକାର

 କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ତହସିଲଦାର ଗିରଫ

କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ତହସିଲଦାର ଗିରଫ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶିବ ମଲ୍ଲିକଙ୍କୁ ଭିଜିଲାନ୍ସ ଗିରଫ କରିଛି। ତହସିଲଦାରଙ୍କ ଆୟଠାରୁ ୧୯୦ ପ୍ରତିଶତ ସମ୍ପତ୍ତି ଅଧିକ ଥିବା ସୂଚନା ମିଳିଛି। ଚଢ଼ାଉ ବେଳେ ୪ଟି ବିଲଡିଂ, ୭ ଦାମୀ ପ୍ଲଟ, ୧୮ ଲକ୍ଷ ଟଙ୍କା ବ୍ୟାଙ୍କ ଜମା

ସିବିଆଇ ଜାଲରେ ଆରପିଏଫ୍ ହାବିଲଦାର

ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆର୍‌ପିଏଫ୍ ହାବିଲଦାର। ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ୍ ହାବିଲଦାର ମହମ୍ମଦ ଇଜହାର୍‌ କାବୁ ସିବିଆଇ ହାତରେ ଧରାପଡିଛନ୍ତି।ସୂଚନା ମୁତାବକ, ବନ୍ଧମୁଣ୍ଡା ରେଲୱେ କଲୋନୀ ଅଞ୍ଚଳରେ ଜଣେ ମହିଳା ପ୍ଲାଷ୍ଟିକ ବୋତଲ ଓ ପୁରୁଣା ଜିନିଷଗୁଡ଼ିକ ସଂଗ୍ରହ କରି