ରାଜ୍ୟ ଓ ଦେଶର ଅର୍ଥନୈତିକ ଅଭିବୃଦ୍ଧିରେ OMCର ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା

ଓଏମ୍‌ସିର ୭୦ ତମ ପ୍ରତିଷ୍ଠା ଦିବସ । ଏହି ଅବସରରେ ଭୁବନେଶ୍ୱର ସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ, ଖଣିଜ ସମ୍ପଦ ପରିପୂର୍ଣ୍ଣ ରାଜ୍ୟ ଭାବେ ଓଡିଶା ଭାରତ ବର୍ଷରେ ଏକ ଅଗ୍ରଣୀ ରାଜ୍ୟ । ଦେଶର ସର୍ବୋମୋଟ୍ ଖଣିଜ ସମ୍ପଦର ୪୧.୯ ପ୍ରତିଶତରୁ ଅଧିକ ଖଣିଜ ସମ୍ପଦ ଓଡିଶାରେ ମହଜୁଦ୍ ଅଛି । ଓଡ଼ିଶା ଖଣି ନିଗମ (ଓଏମସି) ୬୦ ବର୍ଷରୁ ଅଧିକ ସମୟ ଧରି ପ୍ରକୃତି କୋଳରୁ ଖଣିଜ ସମ୍ପଦ ଅନ୍ୱେଷଣ ଓ ଖଣି ଖନନ କାର୍ଯ୍ୟ ଦାୟିତ୍ୱପୂର୍ଣ୍ଣ ଭାବେ କରିଆସୁଛି । ରାଜ୍ୟକୁ ଅର୍ଥନୈତିକ ସ୍ତରରେ ସମୃଦ୍ଧ କରିବା ପାଇଁ ଓଏମସିର ବଳିଷ୍ଠ ଅବଦାନ ରହିଛି ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୬୦ ଦଶକରେ ମାତ୍ର ୧କୋଟି ଟଙ୍କାର ଆର୍ଥିକ କାରବାର ସହିତ ଓଏମ୍‌ସି ନିଜର ଯାତ୍ରା ଆରମ୍ଭ କରି ୨୦୨୪-୨୫ ଆର୍ଥିକ ବର୍ଷରେ ୨୩,୬୦୦ କୋଟି ଟଙ୍କାର ଆର୍ଥିକ କାରବାର କରିଛି। ଏହି କାରବାର କେବଳ ଖଣିଜ ପଦାର୍ଥ ଉତ୍ପାଦନ ଓ ବିକ୍ରୟ ମାଧ୍ୟମରେ ହୋଇଛି। ଆଜି ଓଏମ୍‌ସି ଦେଶରେ ଖଣିଜ ଉତ୍ପାଦନକାରୀ କମ୍ପାନୀ ମଧ୍ୟରେ ଶ୍ରେଷ୍ଠ ୫ମ ସ୍ଥାନରେ ରହିଛି । ଓଏମ୍‌ସି କେବଳ ଆମ ରାଜ୍ୟରେ ନୁହେଁ ବରଂ ସାରା ଦେଶରେ ନିଜକୁ ଏକ ଆଦର୍ଶ ପ୍ରଫିଟ୍ ମେକିଂ ଷ୍ଟେଟ୍ PSUs ଭାବରେ ପ୍ରତିଷ୍ଠିତ କରିପାରିଛି । ଓଏମ୍‌ସି ଓଡିଶା ବିକାଶର ସାରଥୀ ଓ ଦେଶର ଅର୍ଥନୈତିକ ଅଭିବୃଦ୍ଧିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି।

You might also like