ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠୁ କେନ୍ଦୁଝରକୁ ୨ ଦିନିଆ ଗସ୍ତରେ ଯିବେ ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠୁ କେନ୍ଦୁଝରକୁ ୨ ଦିନିଆ ଗସ୍ତରେ ଯିବେ । ୫ ଓ ୬ ତାରିଖରେ (ସୋମବାର ଓ ମଙ୍ଗଳବାର) ଗସ୍ତ କାର୍ଯ୍ୟକ୍ରମ ରହିଛି । ପ୍ରଥମ ଦିନ ଧରଣୀଧର ନାଏକଙ୍କ ଜୟନ୍ତୀ ଅବସରରେ କୁସୁମିତାରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ବିପ୍ଳବୀ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବେ ମୁଖ୍ୟମନ୍ତ୍ରୀ ।। କୁସୁମିତା ଗ୍ରାମରେ ଏକ ଜନସମାବେଶକୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ । ଏହାପରେ ଧରଣୀଧର ଭୂୟାଁଙ୍କ ଏନ୍ତୁଡିଶାଳ କୁସୁମିତାକୁ ଐତିହ୍ୟ ଗ୍ରାମ ଭାବେ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
