Coldrif କଫ ସିରପ୍‌ ବିକ୍ରୟ ଉପରେ ଲାଗିଲା ବ୍ୟାନ୍‌

ମଧ୍ୟପ୍ରଦେଶର ଛିନ୍ଦୱାଡାରେ କଫ ସିରପ୍‌ ଖାଇ ୯ ଜଣ ଶିଶୁଙ୍କ ମୃତ୍ୟୁପରେ, ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି।ମୁଖ୍ୟମନ୍ତ୍ରୀ ମୋହନ ଯାଦବ ସାରା ରାଜ୍ୟରେ Coldrif କଫ ସିରପ ବିକ୍ରୟ ଉପରେ ନିଷେଧ କରିଛନ୍ତି। ଏହି ଘଟଣା ସମଗ୍ର ରାଜ୍ୟକୁ ଚକିତ କରିଛି। ସରକାର ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ସିରପ ଏବଂ ଏହାର ଉତ୍ପାଦ ପ୍ରସ୍ତୁତକାରୀ କମ୍ପାନୀ ବିରୋଧରେ ତଦନ୍ତ ଆରମ୍ଭ କରିଛନ୍ତି।ତେବେ ଏହି ଘଟଣା ପରେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅଧିନରେ ଥିବା ଡିଜିଏଚଏସ୍ କହିଛି ସାଧାରଣତଃ ୫ ବର୍ଷରୁ କମ ବୟସର ଶିଶୁଙ୍କୁ କଫ୍ ସିରପ୍ ସେବନ ପାଇଁ ସୁପାରିଶ କରାଯାଏ ନାହିଁ । କେବଳ ବୟସ୍କ ଓ ବୃଦ୍ଧବୃଦ୍ଧାଙ୍କୁ ଡାକ୍ତରଙ୍କ ପରାମର୍ଶ କ୍ରମେ କଫ୍ ସିରପ୍ ଦିଆଯାଇଥାଏ । ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ପାଇଁ ସରକାର ଜାରି କରିଥିବା ଉପଦେଶାବଳୀ କୁହାଯାଇଛି ଯେ ପିଲାମାନଙ୍କ କାଶ ବିନା ଔଷଧ ଠିକ ହୋଇଯାଏ ।