ପୂର୍ବ ସରକାରଙ୍କ ବିଏସକେଓ୍ବାଇ କାର୍ଡରେ ଦୁର୍ନୀତି

ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବା ଲାଗି ଚୁକ୍ତିନାମା ସ୍ବାକ୍ଷରିତ ହେବା ପରେ ପୂର୍ବ ବିଜେଡି ସରକାରଙ୍କ ଉପରେ ବର୍ଷିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।ସେ କହିଛନ୍ତି, ପୂର୍ବରୁ ବିଭିନ୍ନ ସ୍ଥାନରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ (ବିଏସକେୱାଇ) ଥାଇ କି ଲୋକେ ପ୍ରତ୍ୟାଖ୍ୟାତ ହେଉଥିଲେ। ବହୁତ ସ୍ଥାନରେ ଲୋକେ ଶୋଷିତ ହେଉଥିଲେ। ହସ୍ପିଟାଲମାନେ ମନ ଇଚ୍ଛା ବିଲ କରୁଥିଲେ। ପୂର୍ବ ସରକାରର ଅନେକ ଲୋକ ଦୁର୍ନୀତିରେ ସମ୍ପୃକ୍ତ ଥିଲେ।ତେବେ ବିଏସକେଓ୍ବାଇ କାର୍ଡରେ ଦୁର୍ନୀତି ହୋଇଛି । ଖୁବଶୀଘ୍ର ଏହାର ତଦନ୍ତ ହେବ ବୋଲି ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।

ଅନ୍ୟପଟେ ଓଡିଶାରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା । ଏଥିପାଇଁ ସୋମବାର ନୂଆ ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ସରକାରଙ୍କ ନ୍ୟାସନାଲ୍ ହେଲଥ ଅଥରିଟି ସହିତ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗର ଏକ ଚୁକ୍ତିନାମା (ଏମଓୟୁ) ସ୍ୱାକ୍ଷରିତ ହୋଇଯାଇଛି । ଏହା ଦ୍ୱାରା ବର୍ତ୍ତମାନ ରାଜ୍ୟର ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଯୋଡିହୋଇଛି ।

You might also like