CPET ପରୀକ୍ଷା ଆବେଦନ ପାଇଁ ସମୟ ସୀମା ବୃଦ୍ଧି
Common PG Entrance Test (CPET) ପରୀକ୍ଷା ପାଇଁ ଆବେଦନ କରିବାର ସମୟ ସୀମା ବୃଦ୍ଧି। ଆବେଦନର ସମୟ ସୀମାକୁ ମାର୍ଚ୍ଚ ୧୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିବା ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।CPET ପରୀକ୍ଷା ପାଇଁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନେ ମାର୍ଚ୍ଚ ୧୮ ତାରିଖ ରାତି ୧୧.୪୫ ଘଟିକା ପର୍ଯ୍ୟନ୍ତ ସାମ୍ସ (SAMS) ପୋର୍ଟାଲକୁ ଯାଇ ନିଜର Common Application Form (CAF) ପୂରଣ କରିପାରିବେ।
ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ସମସୟସୀମା ଅନୁସାରେ, CPET ପରୀକ୍ଷା ଆବେଦନ ପାଇଁ ମାର୍ଚ୍ଚ ୧୫ ତାରିଖ ଶେଷ ତାରିଖ ରହିଥିଲା। କିନ୍ତୁ, ଛାତ୍ରଛାତ୍ରୀମାନଙ୍କ ବୃହତ୍ତର ସ୍ୱାର୍ଥ ଓ ଭବିଷ୍ୟତକୁ ଦୃଷ୍ଟିରେ ରଖି ଆବେଦନର ସମୟସୀମାକୁ ବୃଦ୍ଧି କରିବା ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।