ସମସ୍ତ ଚାଷୀଙ୍କୁ ଦିଆଯିବ କ୍ଷତିପୂରଣ -ମୁଖ୍ୟମନ୍ତ୍ରୀ

ଫସଲ କ୍ଷତି ନେଇ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଛି।ଗତ ୨୦ରୁ ୨୮ ତାରିଖ ମଧ୍ୟରେ ଅଦିନିଆ ବର୍ଷା ଓ ଦ୍ୱିତୀୟ ଫେଜ ବର୍ଷା ଯୋଗୁଁ ଚାଷ କ୍ଷୟକ୍ଷତି ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି । ବୀମା କରିଥିବା ଚାଷୀଙ୍କୁ ସମୟ ପୂର୍ବରୁ ନିଜର କ୍ଷୟକ୍ଷତି ନେଇ ସରକାରଙ୍କୁ ଅବଗତ କରିବା ପାଇଁ ନିବେଦନ କରାଯାଇଛି ବୋଲି ସେ କହିଛନ୍ତି । ୩୦ତାରିଖ ଭିତରେ କ୍ଷୟକ୍ଷତି ସଠିକ ଆକଳନ ସରିବ । ଚାଷୀଙ୍କୁ ସରକାରୀ ସହାୟତା ଯୋଗାଇ ଦିଆଯିବ ।

ବିଭାଗୀୟ ଅଧିକାରୀଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି । ବୀମା କମ୍ପାନୀଙ୍କୁ ସହାୟତା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା କାଲି ସୁଦ୍ଧା କ୍ଷତିଗ୍ରସ୍ତ ଚାଷୀ ସୂଚନା ଦେବାକୁ ଅରୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । କୃଷି ରକ୍ଷକ ପୋର୍ଟାଲରେ କ୍ଷତିଗ୍ରସ୍ତ ଚାଷୀ ପଞ୍ଜିକରଣ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୨୬ ହଜାର ଚାଷୀ ଆବେଦନ କରିଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ରବିବାର ସୁଦ୍ଧା ଅନ୍ୟ ଚାଷୀମାନେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ଚାଷୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହିତ ଟୋଲ୍‌ ଫ୍ରି ନଂ ୧୪୪୪୭ରେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

You might also like