ବାତ୍ୟା ଦାନା ପୁରୀ ଓ ସାଗର ଦ୍ବୀପ ମଧ୍ୟରେ ଲ୍ୟାଣ୍ଡଫଲ

ଆସୁଛି ବାତ୍ୟା ‘ଦାନା’ । ବାତ୍ୟାର ଗତିପଥ ଏବେ ବଦଳିଛି । ଏହିବ ବାତ୍ୟା ଓଡ଼ିଶାରେ ହିଁ ଲ୍ୟାଣ୍ଡଫଲ କରିବ । ଓଡ଼ିଶାକୁ ସିଧାସଳଖ ହିଟ କରିବ । ଉତ୍ତର ଓଡ଼ିଶାକୁ ବାତ୍ୟା ହିଟ କରିବା ସମ୍ଭାବନା ରହିଛି । ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଅତି ଭୀଷଣ ବାତ୍ୟା ରୂପ ନେଇ ସ୍ଥଳଭାଗ ଛୁଇଁବ ବାତ୍ୟା । ଏହି ସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିପାରେ । ଅତିବେଶିରେ ୧୨୦ କିଲୋମିଟର ଛୁଇାଁପରେୀ ପବନର ଗତି । ଆଇଏମଡି ଅନୁଯାୟୀ ୨୨ ଅକ୍ଟୋବର ସକାଳ ସୁଦ୍ଧା ଅବପାତ ଏବଂ ୨୩ ଅକ୍ଟୋବର ସୁଦ୍ଧା ବଙ୍ଗୋପସାଗରର ପୂର୍ବ ସେଣ୍ଟ୍ରାଲ୍ ଉପସାଗରରେ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ଏହା ପରେ, ୨୪ ଅକ୍ଟୋବର ସକାଳ ସୁଦ୍ଧା ଉତ୍ତର-ପଶ୍ଚିମ ଦିଗକୁ ଯାଇ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଦିଗରେ ଯାଇ ବାଲେଶ୍ୱର ଏବଂ ସାଗର ଆଇଲାଣ୍ଡ ମଧ୍ୟରେ ସ୍ଥଳଭାଗ ଛୁଇଁବ।ସମ୍ଭାବ୍ୟ ବାତ୍ୟାର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ । ବୈଠକରେ ଶକ୍ତି ବିଭାଗ ପ୍ରମୁଖ ସଚିବ, TPCODL ସିଇଓ ଉପସ୍ଥିତ ଥିଲେ । ରାଜ୍ୟର ପ୍ରତ୍ୟେକ ନାଗରିକ ଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଆମର ଉତ୍ତରଦାୟିତ୍ୱ ଓ ଆମର ସର୍ବୋଚ୍ଚ ପ୍ରାଥମିକତା ବୋଲି କହିଛନ୍ତି କେଭି ସିଂଦେଓ । ସମସ୍ତେ ସଜାଗ ରୁହନ୍ତୁ ଏବଂ ସୁରକ୍ଷିତ ରୁହନ୍ତୁ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।