ଆଜିଠାରୁ ଆରମ୍ଭ ହେଇଛି ମହାପ୍ରଭୁ ଅଲାରନାଥଙ୍କ ଅନବସର ଦର୍ଶନ।
ଆଜିଠାରୁ ଆରମ୍ଭ ହେଇଛି ମହାପ୍ରଭୁ ଅଲାରନାଥଙ୍କ ଅନବସର ଦର୍ଶନ। ୧୪ଦିନ ଧରି ଠାକୁର ଚତୁର୍ଭୁଜ ନାରାୟଣ ରୂପରେ ଦର୍ଶନ କରିପାରିବେ । ଏହି ସମୟରେ ଶ୍ରୀଅଲାରନାଥଙ୍କ ଦର୍ଶନ କଲେ ଶ୍ରୀଜଗନ୍ନାଥ ଦର୍ଶନର ସମ ଫଳ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି। । ସୁରକ୍ଷା ପାଇଁ ବ୍ୟାପକ ପୁଲିସ ମୁତୟନ ହେବେ । ୭ ପ୍ଲାଟୁନ ପୁଲିସ୍ ସହ ଜଣେ ସେକ୍ସନ ଫୋର୍ସ ସାଦା ପୋଷାକରେ ରହିବେ । ସେହିପରି ଜଣେ ଅତିରିକ୍ତ ପୁଲିସ ଅଧୀକ୍ଷକ, ୪ ଜଣ ଡିଏସ୍ପି, ୩ ଜଣ ଇନ୍ସପେକ୍ଟ, ୧୭ ଜଣ ଏସ୍ଆଇ/ଏଏସ୍ଆଇ, ୪ ଜଣ ହାବିଲଦାର, ୬ ଜଣ କନଷ୍ଟେବଳ, ୫୬ ଜଣ ଗୃହରକ୍ଷୀ, ୧୦ ଜଣ ଟ୍ରାଫିକ ପୁଲିସ ଉପସ୍ଥିତ ରହିବେ । ସକାଳ ୬ଟାରୁ ଆରମ୍ଭ ହୋଇଛି ଅଲାରନାଥଙ୍କ ସାଧାରଣ ଦର୍ଶନ । ମହାପ୍ରଭୁଙ୍କର ଏହି ପୀଠରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କର ଭିଡ଼ ରହିବ ।
