ଓଡ଼ିଶାରେ ହେବ ଶକ୍ତି କରିଡ଼ର । ଏହା ମାଧ୍ୟମରେ ରାଜ୍ୟରେ ରହିଥିବା ସମସ୍ତ ଶକ୍ତି ପୀଠକୁ ଯୋଡାଯିବ ।

ଆଜି ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେଵୀ ମାଆ ତାରାତାରିଣୀ ଶକ୍ତିପୀଠ ପରିଦର୍ଶନ କରି ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପଗୁଡିକର ସମୀକ୍ଷା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏହି ସମୟରେ ତାଙ୍କ ସହିତ ଉପସ୍ଥିତ ଥିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।

ଏହି ସମ୍ପର୍କରେରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତି ପରିଡା ଏକ୍ସ ରେ ପୋଷ୍ଟ କରି ଲେଖିଛନ୍ତି ଯେ, ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀ ଶକ୍ତିପୀଠ ଗସ୍ତ କରି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲି । ରାଜ୍ୟବାସୀଙ୍କ ଧାର୍ମିକ, ଆଧ୍ୟାତ୍ମିକ, ସାମାଜିକ ଓ ସାଂସ୍କୃତିକ ଭାବାବେଗ ସହ ଯୋଡ଼ି ହୋଇ ରହିଥିବା ଏହି ମନ୍ଦିର ରାଜ୍ୟ ପର୍ଯ୍ୟଟନର ଏକ ପ୍ରମୁଖସ୍ଥଳୀ ।ସମସ୍ତ ଶକ୍ତିପୀଠ ମଧ୍ୟରେ ସମନ୍ୱୟ ରଖାଯିବ । ଏହି ଶକ୍ତି କରିଡ଼ର ସମ୍ପର୍କରେ ଖୁବଶିଘ୍ର ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯିବ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଗସ୍ତ ଅବସରରେ ଏହି ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

You might also like