୨୦୨୫ରେ ୩ଥର ମିଳିବ ସୁଭଦ୍ରା ଟଙ୍କା ।
ସୁଭଦ୍ରା ଯୋଜନାକୁ ନେଇ ସୋମବାର ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପଭାତୀ ପରିଡା। ୨୦୨୫ରେ ମହିଳାଙ୍କୁ ୩ଥର ସୁଭଦ୍ରା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି, ୨୦୨୫ ସୁଭଦ୍ରା ଯୋଜନାର ବର୍ଷ ହେବ । ସମସ୍ତ ମା’ମାନଙ୍କୁ ସୁଭଦ୍ରା ଟଙ୍କା ମିଳିବ । ପ୍ରଥମେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ମାର୍ଚ୍ଚ ୮ରେ ମହିଳା ଦିବସରେ ମିଳିବ ସୁଭଦ୍ରା ଟଙ୍କା । ରକ୍ଷା ବନ୍ଧନରେ ବି ସୁଭଦ୍ରା ଟଙ୍କା ମିଳିବ । ଜାନୁଆରୀ ପ୍ରଥମ ସପ୍ତାହରେ ପୂରା ସର୍ଭେ ସରିବ । ସୂଚନାଯୋଗ୍ୟ, ଡିସେମ୍ବର ୧ ସୁଦ୍ଧା ସୁଭଦ୍ରାରେ ମୋଟ ୧ କୋଟି ୫ ଲକ୍ଷ ୩୬ ହଜାର ୬୧୨ ଆବେଦନ ଗ୍ରହଣ ହୋଇଛି।ପୂର୍ବରୁ ଆବେଦନ କରିଥିବା ଯୋଗ୍ୟ ହିତାଧିକାରୀଙ୍କୁ କେଉଁ କାରଣ ଯୋଗୁ ସେମାନଙ୍କର ଅର୍ଥ ଅନ୍ଲାଇନ ଯୋଗେ ପଠାଯାଇପାରିନାହିଁ ସେ ସମ୍ପର୍କରେ ଅନୁଧ୍ୟାନ କରାଯାଉଛି। ହିତାଧିକାରୀଙ୍କୁ ସିଧାସଳଖ ଅର୍ଥ ପଠାଇବାରେ ରହୁଥିବା ସମସ୍ୟା ସମ୍ପର୍କରେ ଅନୁଧ୍ୟାନ କରିବା ପାଇଁ ଅଙ୍ଗନଓ୍ବାଡ଼ି କର୍ମଚାରୀ ଓ ବ୍ୟାଙ୍କ ମିତ୍ର ଆଦି କ୍ଷେତ୍ରସ୍ତରୀୟ ଯାଞ୍ଚ ଟିମ୍ର କର୍ମକର୍ତ୍ତାମାନଙ୍କୁ ସେମାନଙ୍କ ପାଖରେ ପହଞ୍ଚି ସଚେତନତା ଭିତ୍ତିକ କାର୍ଯ୍ୟକ୍ରମ ବଢ଼ାଇବାକୁ ନିର୍ଦ୍ଦେଶ ଦିଆଯାଇଛି।
