ଏକ୍ ପେଡ୍ ମାଆ କେ ନାମ୍ ୨.୦” ଅଭିଯାନର ଶୁଭାରମ୍ଭ ।
ଏକ୍ ପେଡ୍ ମାଆ କେ ନାମ୍ ୨.୦” ଅଭିଯାନର ଶୁଭାରମ୍ଭ । ଜୁନ ୫ ବିଶ୍ୱ ପରିବେଶ ଦିବସରୁ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ୧୦ କୋଟି ଗଛ ଲଗାଯିବ। ଦେଶବାସୀ ବିଶେଷ ଭାବେ ଛାତ୍ରଛାତ୍ରୀଙ୍କୁ ଭିଡିଓ ବାର୍ତ୍ତା ଜରିଆରେ ଆହ୍ୱାନ ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଭାରତ ସରକାର ଏକ ବ୍ୟାପକ ବୃକ୍ଷରୋପଣ ଅଭିଯାନ କରିବା ପାଇଁ ଏହାକୁ ଆରମ୍ଭ କରିଥିଲେ । ବୃକ୍ଷରୋପଣ ମାଧ୍ୟମରେ ପରିବେଶ ସୁରକ୍ଷା କରିବା ଏବଂ ସାଧାରଣ ଜନତାଙ୍କ ମଧ୍ୟରେ ଗଛ ଲଗାଇବା ପାଇଁ ସଚେତନତା ସୃଷ୍ଟି କରିବା ଏହି ଅଭିଯାନର ମୂଳ ଉଦ୍ଦେଶ୍ୟ । ନିଜ ମାଆଙ୍କ ନାଁରେ ଗୋଟିଏ ଲେଖାଏଁ ଗଛ ଲଗାଇବା ପାଇଁ ଦେଶବାସୀଙ୍କୁ ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।
