ନୂଆବର୍ଷରୁ ଭୁବନେଶ୍ବର ଓ ଝାରସୁଗୁଡାରୁ ୯ଟି ନୂଆ ସହରକୁ ଉଡାଣ ଆରମ୍ଭ

ନୂଆବର୍ଷରୁ ନୂଆ ବିମାନ ସେବା ଆରମ୍ଭ। ଉଭୟ ଭୁବନେଶ୍ବର ଏବଂ ଝାରସୁଗୁଡ଼ା ବିମାନ ବନ୍ଦରରୁ ଦେଶରର ପ୍ରମୁଖ ସହରକୁ ଆରମ୍ଭ ହେବ ଉଡାଣ ସେବା। ଜାନୁଆରୀରେ ୩ ତାରିଖରୁ ଭୁବନେଶ୍ବରରୁ ଆଉ ୫ ସହରକୁ ସିଧାସଳଖ ଭାବେ ଉଡ଼ିବ ବିମାନ। ସେହିପରି ଜାନୁଆରୀରେ ପହିଲାରୁ ଝାରସୁଗୁଡ଼ା ଦେଶର ୪ ପ୍ରମୁଖ ସହର ସହ ବିମାନ ସେବାରେ ଯୋଡିହେବ । ଝାରସୁଗୁଡ଼ାରୁ ସିଧାସଳଖ ଭାବରେ ହାଇଦ୍ରାବାଦ, ରାୟପୁର, ଲକ୍ଷ୍ନୌ ଓ ମୁମ୍ବାଇକୁ ବିମାନ ଉଡିବ । ଏହାଦ୍ବାରା ରାଜ୍ୟର ଅର୍ଥନୈତିକ ବିକାଶ କ୍ଷେତ୍ରରେ ମାଇଲଖୁଣ୍ଟ ସାବ୍ଯସ୍ତ ହେବ ବୋଲି କୁହାଯାଇଛି ।

You might also like