ରାଜ୍ୟର ବିଭିନ୍ନ ସ୍ଥାନରେ ଭୂକମ୍ପର ପ୍ରଭାବ 

ଓଡ଼ିଶାରେ ମଙ୍ଗଳବାର ମୃଦୁ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଆଜି ସକାଳ ୬ଟା ୧୦ରେ ରାଜଧାନୀ ଭୁବନେଶ୍ୱର, ବାଲେଶ୍ୱର, ପାରାଦୀପରେ ଭୂକମ୍ପ ଅନୁଭୂତ ହୋଇଛି। ବଙ୍ଗୋପସାଗରେ ଭୂକମ୍ପର କେନ୍ଦ୍ରସ୍ଥଳର ରହିଥିବାବେଳେ ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୫.୧ ରହିଛି। ୨ରୁ ୩ ସେକେଣ୍ଡ ଯାଏଁ ଝଟକା ଅଭୁଭୂତ ହୋଇଥିବା ସୂଚନା ରହିଛି । ସେହିପରି ବ୍ରହ୍ମପୁରଠାରୁ ୩୯୪ କିମି ଦୂରରେ କେନ୍ଦ୍ରସ୍ଥଳ ରହିଛି। ତେବେ ଏହି ଭୂକମ୍ପର କୌଣସି କ୍ଷୟକ୍ଷତି ଖବର ବର୍ତ୍ତମାନ ସୁଦ୍ଧା ହସ୍ତକ୍ଷେପ ହୋଇନାହିଁ।

You might also like