ଆସନ୍ତା ୧୮ ରୁ ଶ୍ରୀମନ୍ଦିରର ଦୁଇ ଦ୍ୱାର ଦେଇ ପ୍ରବେଶ କରିବେ ଭକ୍ତ । 

ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ କାର୍ତ୍ତିକ ବ୍ରତ । କାର୍ତ୍ତିକ ମାସରେ ପ୍ରବଳ ଭକ୍ତ ତଥା ହବିଷ୍ୟ ବ୍ରତଧାରୀଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରିଛି ଶ୍ରୀମନ୍ଦିର ପ୍ରଶାସନ । ଅକ୍ଟୋବର ୧୮ ତାରିଖରୁ କେବଳ ସିଂହଦ୍ଵାର ଏବଂ ପଶ୍ଚିମ ଦ୍ଵାରରେ ପ୍ରବେଶ ଅନୁମତି ଦିଆଯିବ । ଶ୍ରଦ୍ଧାଳୁମାନେ ସିଂହଦ୍ୱାର ବ୍ୟତୀତ ଅନ୍ୟ ୩ ଦ୍ୱାରରେ ପ୍ରସ୍ଥାନ କରିପାରିବେ । ସିଂହଦ୍ୱାରରେ ଭକ୍ତଙ୍କ ପ୍ରସ୍ଥାନକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ତେବେ ଶ୍ରୀମନ୍ଦିର ସେବକ ଓ ସେବକ ପରିବାର ସଦସ୍ୟଙ୍କ ପାଇଁ ଏହି ନିୟମ କାର‌୍ୟ୍ୟକାରୀ ହେବ ନାହିଁ । ସୂଚନାଯୋଗ୍ୟ ଯେ, ରାଜ୍ୟରେ ସରକାର ବଦଳିବା ପରେ ମୋହନ ମାଝୀ ସରକାର ପୁରୀ ଶ୍ରୀମନ୍ଦିରକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଥିଲେ । ଭକ୍ତଙ୍କ ପାଇଁ ଚାରିଦ୍ୱାର ଖୋଲିଥିଲେ ମୋହନ ସରକାର ।