ବାତ୍ୟା ପରେ ଏବେ ବନ୍ୟା ଆଶଙ୍କା

ଶେଷ ହେଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଲ୍ୟାଣ୍ଡଫଲ ପରେ ଦୁର୍ବଳ ହୋଇଛି ବାତ୍ୟା ଦାନା । ଆଗାମୀ ୬ ଘଣ୍ଟା ମଧ୍ୟରେ ଗଭୀର ଅବପାତର ରୂପ ନେବ । ଗତ ରାତି ପ୍ରାୟ ସାଢ଼େ ୧ଟା ସମୟରେ ଆରମ୍ଭ ହୋଇଥିଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଭୋର ସାଢ଼େ ୩ଟା ସମୟରେ ସ୍ଥଳଭାଗ ଅତିକ୍ରମ କରିଥିଲା ବାତ୍ୟାର ମଧ୍ୟଭାଗ । ସ୍ଥଳ ଭାଗ ଅତିକ୍ରମ କରିବା ସମୟରେ ପବନର ବେଗ ଥିଲା ଘଣ୍ଟାପ୍ରତି ୧୦୦ରୁ ୧୨୦ କି.ମି । ଭିତରକନିକାର ହବାଳିଖଟି ନେଚର କ୍ୟାମ୍ପ ଓ ଧାମରା ନିକଟ ଦେଇ ସ୍ଥଳ ଭାଗ ଅତିକ୍ରମ କରିଥିଲା ବାତ୍ୟା ଦାନା । ଆଗମୀ ୬ ଘଣ୍ଟା ମଧ୍ୟରେ ଏହା ଗଭୀର ଅବପାତଳର ରୂପ ନେବ।ବାତ୍ୟା ପରେ ଏବେ ବନ୍ୟା ଆଶଙ୍କାରେ କିଛି ଜିଲାବାସୀ ଆତଙ୍କିତ। ଏହି ଜିଲାଗୁଡ଼ିକ ହେଲା କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ବାଲେଶ୍ବର, ଭଦ୍ରକ, ଗଜପତି, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ। ଏନେଇ ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ ବିଭାଗ ସୂଚନାନୁଯାୟୀ, ଲ୍ୟାଣ୍ଡଫଲ୍‌ ପରେ ବର୍ଷା ପରିମାଣ ଅଧିକ ରହିବ। ପ୍ରବଳ ବର୍ଷା ହେଲେ ବନ୍ୟା ଆଶଙ୍କା ସୃଷ୍ଟି ହୋଇପାରେ।