ଆଜିଠୁ ବଢିବ ଭୀଷଣ ତାତି ଓ ଗୁଳୁଗୁଳି
ରୁବାରଠାରୁ ରାଜ୍ୟରେ ଗ୍ରୀଷ୍ମପ୍ରବାହ ବଢ଼ିପାରେ । ସମ୍ବଲପୁର ଓ ଝାରସୁଗୁଡ଼ାରେ ତାତି ୪୩ ଡିଗ୍ରୀ ଛୁଇଁବ । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ଗରମ ଓ ଗୁଳୁଗୁଳି ମଧ୍ୟ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ, ଗୁରୁବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଅସମ୍ଭାଳ ଗରମ ସହିତ ଗୁଳୁଗୁଳି ସ୍ଥିତି ରହିବାର ସମ୍ଭାବନା ରହିଛି। ତେବେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୨ ଓ ୧୩ ତାରିଖ ବେଳକୁ ଗ୍ରୀଷ୍ଣ ପ୍ରବାହ ଆହୁରି ବଢିବା ଆକଳନ କରାଯାଇଛି । ଏହି ୨ ଦିନ ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସୋନପୁର, ସମ୍ବଲପୁର, ବୌଦ୍ଧ ଓ ବଲାଙ୍ଗିର ଜିଲ୍ଲା ରହିଛି ।
