ଶ୍ରୀମନ୍ଦିରରେ ଘୋଡ଼ ଲାଗି ନୀତି

ଆଜି ମାର୍ଗଶୀର ଶୁକ୍ଳ ଷଷ୍ଠୀ ବା ପ୍ରାବରଣ ଷଷ୍ଠୀ। ଶ୍ରୀମନ୍ଦିରରେ ଏହି ଅବସରରେ ଅନୁଷ୍ଠିତ ହେଉଛି ଓଢ଼ଣ ଷଷ୍ଠୀ ନୀତି। ଶୀତର ପ୍ରକୋପରୁ ବଞ୍ଚିବା ପାଇଁ ମହାପ୍ରଭୁ ଘୋଡ଼ ଲାଗି ବା ଶୀତବସ୍ତ୍ର ପରିଧାନ କରିଥାନ୍ତି। ପରମ୍ପରା ଅନୁଯାୟୀ ଶ୍ରୀ ପଞ୍ଚମୀ ପୂର୍ବଦିନ ପର୍ଯ୍ୟନ୍ତ ଠାକୁରମାନେ ଏହି ଘୋଡ଼ ଲାଗି ହୋଇଥାନ୍ତି । ରବିବାରରେ ଲାଲ ରଙ୍ଗ, ସୋମବାର କଳାଛିଟା ମିଶା ଶୁକ୍ଳରଙ୍ଗ, ମଙ୍ଗଳବାର ପଟିଆ, ବୁଧବାର ନୀଳରଙ୍ଗ, ଗୁରୁବାର ହଳଦିଆ ଏବଂ ଶୁକ୍ରବାର ଦିନ ଧଳା ରଙ୍ଗର ଘୋଡ଼ ପରିଧାନ କରିଥାନ୍ତି ।

ଶୀତ ଦାଉରୁ ରକ୍ଷା ପାଇବା ପାଇଁ ଶ୍ରୀଜୀଉ ଘୋଡ଼ ବା ଶୀତବସ୍ତ୍ର ପରିଧାନ କରିଥାନ୍ତି ।ତେବେ ମା ବିମଳା, ଲକ୍ଷ୍ମୀ, ସରସ୍ୱତୀ ଓ ମଦନମୋହନଙ୍କ ପାଇଁ ପ୍ରସ୍ତୁତ ଘୋଡ଼ ଅଧିବାସ ହୋଇଥାଏ। ଓଢ଼ଣୀ ଶଷ୍ଠୀ ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ। ଘୋଡ ଲାଗି ବେଶ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଏହି ବେଶ ଦର୍ଶନ ଦ୍ୱାରା କୋଟି ଜନ୍ମର ପୁଣ୍ୟଫଳ ମିଳିଥାଏ ବୋଲି ବିଶ୍ଵାସ ଥିବାରୁ ଶ୍ରୀମନ୍ଦିରରେ ପ୍ରବଳ ଭକ୍ତଙ୍କ ସମାଗମ ହୋଇଛି।

You might also like