ଶସ୍ତା ହେଲା ସୁନା, ଜାଣନ୍ତୁ ୧୦ଗ୍ରାମ ସୁନା ଦାମ୍‌ କେତେ ?

ସୁନା ଉପର ଲାଗିଛି ନଜର। ଯେବେଠାରୁ ଚାଇନା ଆମେରିକା ଉପରେ ଶୁଳ୍କ ଲାଗୁ କରିଛି। ସେବେଠାରୁ, ସୁନା ମୂଲ୍ୟ କ୍ରମାଗତ ଭାବରେ ହ୍ରାସ ପାଇବାରେ ଲାଗିଛି। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୬୦୦ ଟଙ୍କା ହ୍ରାସ ପାଇଛି । ୨୪ କ୍ୟାରେଟ୍ ସୁନା ୬୫୦ ଟଙ୍କା କମିଛି । ଗତକାଲି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୯୦,୩୮୦ ରହିଥିଲା । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୫୦ ଟଙ୍କା ହ୍ରାସ ପାଇବା ସହ ୮୯,୭୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୦୦ ଟଙ୍କା ହ୍ରାସ ଘଟି ୮୨,୮୫୦ ଟଙ୍କାରୁ ୮୨,୨୫୦ ଟଙ୍କା ରହିଛି । ତେବେ ଗତ ୫ ଦିନରେ ୨୨ କ୍ୟାରେଟ୍‌ର ସୁନା ଦାମ କମିଲାଣି ୩,୩୫୦ ଟଙ୍କା । ସେହିପରି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୯ ହଜାର ୭୩୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୨, ୨୫୦ ଟଙ୍କା ଛୁଇଁଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୮୯, ୭୩୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୨ ,୨୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୮୯, ୮୮୦ ଟଙ୍କା ଓ ୨୨ କ୍ୟାରେଟ୍ ୮୨ ,୪୦୦ଟଙ୍କା ରହିଛି ।

You might also like