ଜାଣନ୍ତୁ ଆଜିର ସୁନା ଦର

ଗୋଲ୍ଡ କିଣିବା ପୂର୍ବରୁ ୧୦୦ ଥର ଚିନ୍ତା କରିବାକୁ ପଡୁଛି । ଆଜି ପୁଣି ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ୧୦ ଗ୍ରାମ ପିଛା ୮୯ ହଜାର ୭୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୨ ହଜାର ୩୦୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୯ ହଜାର ୭୮୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୨, ୩୦୦ ଟଙ୍କା ଛୁଇଁଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୮୨,୪୦୦ ଟଙ୍କା ଓ ୮୯,୭୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୮୨, ୪୫୦ ଟଙ୍କା ଓ ୮୯, ୯୮୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୮୨,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୯, ୭୮୦ ଟଙ୍କା ଥିବା ରେକର୍ଡ ହୋଇଛି ।

You might also like