ଆସନ୍ତା 6 ତାରିଖରେ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ। ଏନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ନୂଆ ସରକାର ଆସୁ ଆସୁ ପ୍ରାୟ ୧୬ ହଜାର କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିଲା । ଏହାପରେ ଆହୁରି ୨ ହଜାର ନିଯୁକ୍ତି ପତ୍ର ଦିଆଯାଇଛି । ସେହିପରି ୮୧ ଜଣ ପଲିଟେକନିକ୍ ଶିକ୍ଷକଙ୍କୁ ଚାକିରି ଦିଆଯିବ । ମୋଟ ୧୨୪୦ ଜଣଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ବାଣ୍ଟିବା ନେଇ ସୂଚନା ରହିଛି ।

ସ୍ବାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୧୬୯ , ବାଣିଜ୍ୟ ପରିବହନ ବିଭାଗରେ ୬୩ , ଅବକାରୀ ବିଭାଗରେ ୩୨ , ପଞ୍ଚାୟତରାଜ ବିଭାଗରେ ୪୯ , ଶ୍ରମ ଓ କର୍ମଚାରୀ ରାଜ୍ୟ ବିମା ବିଭାଗରେ ୧୯ ଜଣଙ୍କୁ ଚାକିରି ଦିଆଯିବ ।

You might also like