ଲୋକପ୍ରିୟ ସଙ୍ଗୀତଜ୍ଞ ଅକ୍ଷୟ ମହାନ୍ତିଙ୍କର ଆଜି ଜନ୍ମଜୟନ୍ତୀ

ଓଡ଼ିଆ ସଙ୍ଗୀତ ଦୁନିଆର ଲୋକପ୍ରିୟ ସଙ୍ଗୀତଜ୍ଞ ଚିର ସବୁଜ ଅକ୍ଷୟ ମହାନ୍ତିଙ୍କର ଆଜି ହେଉଛି ଜନ୍ମଜୟନ୍ତୀ । କଟକ ସହର, ସଙ୍ଗୀତ ଜଗତ ଏବଂ ଜଣାଶୁଣା ମହଲରେ ଖୋକା ଭାଇ ନାଁରେ ପରିଚିତ ଏବଂ ମରି ଅମର ହୋଇଥିବା ଜଣେ ଓଡ଼ିଆର ନାଁ। ଅକ୍ଷୟ ମହାନ୍ତି ଥିଲେ ଜଣେ ଗୀତିକାର, ଗାୟକ ଓ ସଙ୍ଗୀତ ନିର୍ଦ୍ଦେଶକ, ଜଣେ ସାହିତ୍ୟିକ ଓ ସାହିତ୍ୟର ନିଦା ପାଠକ। ଅକ୍ଷୟ ମହାନ୍ତିଙ୍କ ଲୋକପ୍ରିୟ ଗୀତ ମଧ୍ୟରେ ଅଭୁଲା ଗୀତଟିଏ ହେଉଛି ‘ପୁଣ୍ୟର ନଦୀ ତିରେ ପାପର ତରୁ ଡାଳେ…’। କେବଳ ଏହି ଗୀତ ନୁହେଁ ‘ଚନ୍ଦ୍ର ମଲ୍ଲୀ ହସେ, ଚିତ୍ର ଲେଖା ଉଠେ’, ‘କଳଙ୍କିତ ଏଇ ନାୟକ ଆଖିରୁ, ଲୁହ ବି ପଡ଼ିଲେ ଝରି’, ‘ଏ’ ଏ’ ଆଲୋ ଆଲୋ ମଣି’, ‘ମତେ ସାଇଲା ସାଇଲା ତୋ ନାକର ଗୁଣା’ଇତ୍ୟାଦି ବେଶ ପରିଚିତ ଥିଲା |କୁହାଯାଏ ମାତ୍ର ୨୨ ବର୍ଷ ବୟସରେ କଟକ ଆକାଶବାଣୀ ଠାରେ ସରକାରୀ ଚାକିରିରେ ଯୋଗ ଦେଇଥିଲେ, ହେଲେ ପରେ ଚାକିରି ଛାଡ଼ି ନିଜ ପୂରା ଜୀବପ ସଙ୍ଗୀତରେ ବିତାଇଥିଲେ। ସଙ୍ଗୀତ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ଜୟଦେବ ପୁରସ୍କାର, ପ୍ରଚ୍ଛଦ ସଙ୍ଗୀତ ପାଇଁ ରାଜ୍ୟ ପୁରସ୍କାର, ରାଜ୍ୟ ସଙ୍ଗୀତକାର ପୁରସ୍କାର ଭଳି ଅନେକ ସମ୍ମାନରେ ସମ୍ମାନିତ କରାଯାଇଥିଲା।