୨୪ ଘଣ୍ଟାରେ ଲଘୁଚାପ, ଭୀଷଣ ବର୍ଷା
ଉତ୍ତରପଶ୍ଚିମ ବଙ୍ଗୋପସାଗର ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।ରାଜଧାନୀ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି ।
ଆଗାମୀ ୩ ଘଣ୍ଟାରେ ଭୀଷଣ ବର୍ଷା ପାଇଁ ମୟୂରଭଞ୍ଜ ଓ କେନ୍ଦୁଝରକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।ତେବେ ବର୍ଷା ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭବନା ଥିବାରୁ ମତ୍ସଜୀବୀମାନଙ୍କୁ ସମୁଦ୍ର ଗର୍ଭକୁ ଯିବାକୁ ବାରଣ କରାଯାଇଛି ।ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ଅଧିକ ବର୍ଷା ସମ୍ଭାବନା ଅଛି । କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବର୍ଷା ହୋଇପାରେ ।
