ଶ୍ରୀବାଣୀକ୍ଷେତ୍ରକୁ ଭାବବିହ୍ବଳ ପରିବେଶରେ ଗଡ଼ିଲା ୩ ରଥ
ଦୀର୍ଘ ନବଦିନ ଯାତ୍ରା ସାରି ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ମାଆ ସୁଭଦ୍ରା ଆଜି ବାହୁଡ଼ାରେ ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଛନ୍ତି । ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଆଡ଼ମ୍ବରପୂର୍ଣ୍ଣ ଭାବେ ଶେଷ ହୋଇଛି । ପୂର୍ବାହ୍ନରେ ମଙ୍ଗଳ ଆରତୀ, ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟପୂଜା, ରଥପୂଜା ଓ ପହଣ୍ଡି ଆଦି ନୀତିକାନ୍ତି ସଂପନ୍ନ ହେବା ପରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ଅପରାହ୍ନ ୩ଟାରେ ଛେରାପହଁରା କାର୍ଯ୍ୟ ସଂପାଦିତ ହୋଇଥିଲା ।
ଉଛୁଳି ପଡ଼ୁଛି ବଡ଼ଦାଣ୍ଡ, ଭାବବିହ୍ବଳ ପରିବେଶରେ ଅପରାହ୍ନ ୪ଟାରେ ଗଡ଼ିଲା ୩ ରଥ । ଆଗେ ଆଗେ ପ୍ରଭୁ ବଳଭଦ୍ର, ମଝିରେ ଭଉଣୀ ସୁଭଦ୍ରା, ପଛରେ ଗହଳି ଲଗାଇ ଆସୁଛନ୍ତି କାଳିଆ ସାଆନ୍ତ । ସୁରକ୍ଷା ଦୃଷ୍ଟିରୁ ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆସନ୍ତା କାଲି ଶ୍ରୀଜୀଉମାନଙ୍କ ସୁନାବେଶ ଅନୁଷ୍ଠିତ ହେବ ।
