ବରିଷ୍ଠ IAS ସନ୍ତୋଷ ଷଡ଼ଙ୍ଗୀଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ବରିଷ୍ଠ IAS ଅଧିକାରୀ ସନ୍ତୋଷ କୁମାର ଷଡ଼ଙ୍ଗୀଙ୍କୁ ନୂଆ ଓ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ପ୍ରଦାନ କରାଯାଇଛି। ସେ ବର୍ତ୍ତମାନ ନୂଆ ଓ ନବୀକରଣଯୋଗ୍ୟ ଶକ୍ତି ମନ୍ତ୍ରଣାଳୟ (MNRE)ର ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ଏହାସହ ତାଙ୍କୁ ସୌରଶକ୍ତି ନିଗମର ଅଧ୍ୟକ୍ଷ ଓ ଏସଡି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।ସେ ପୂର୍ବରୁ ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରଣାଳୟରେ ଡାଇରେକ୍ଟର ଜେନେରାଲ ଅଫ ଫରେନ ଟ୍ରେଡ (DGFT) ଭାବେ କାର୍ଯ୍ୟ କରି ଦେଶର ରପ୍ତାନୀ ବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ।

You might also like