IMD ର ବଡ଼ ସୂଚନା;ଆସନ୍ତା ୨୭ ତାରିଖ ଆଡ଼କୁ ବାତ୍ୟା ଆଶଙ୍କା

୨୫ରେ ଅବପାତର ରୂପ ନେବ ଲଘୁଚାପ । ଆସନ୍ତା ୨୭ ତାରିଖ ଆଡ଼କୁ ବାତ୍ୟା ଆଶଙ୍କା । ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା ଥିବା ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆଜି ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟାର ରୂପ ନେବା ସମ୍ଭାବନା ।ଏବେ ଧୀରେ ଧୀରେ ଉତ୍ତର-ପଶ୍ଚିମ ଉତ୍ତର ଦିଗରେ ଗତି କରୁଛି । ଘଣ୍ଟା ପ୍ରତି ୩ କିମି ବେଗରେ ଗତି କରୁଛି । ବଙ୍ଗୋପସାଗରରେ ବଳ ଗୋଟାଉଛି । ବାତ୍ୟା ପାଇଁ ରହିଛି ଅନୁକୂଳ ପାଗ । ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଉପକୂଳ ଓ ଦକ୍ଷିଣରେ ଅଧିକ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।