ରାଜଧାନୀରେ ଲଜ୍ଜା । ମା’ ଓ ଝିଅଙ୍କୁ ଦୁଷ୍କର୍ମ ଅଭିଯୋଗ ।
ରାଜଧାନୀରେ ପୁଣି ଚାଞ୍ଚଲ୍ୟ । ଉଭଭ ମା ଓ ନାବାଳିକା ଝିଅକୁ ଦୁଷ୍କର୍ମ ହୋଇଥିବା ବଡ଼ଗଡ଼ ଥାନାରେ ଅଭିଯୋଗ ହୋଇଛି । ପୁଲିସ ଅଭିଯୋଗ ପାଇବା ପରେ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି ।ମିଳିଥିବା ସୂଚନା ଅନୁଯାୟୀ ମା’ ଓ ଝିଅଙ୍କୁ ଦୁଷ୍କର୍ମ କରିଥିବା ଯୁବକଙ୍କ ନାମ ରବି ବୋଲି ଜଣାପଡ଼ିଛି। ଅଭିଯୋଗକାରିଣୀଙ୍କ ଘରେ ସହାୟକ ଭାବେ ରବି କାମ କରୁଥିଲା । ପ୍ରଥମେ ଅଭିଯୋଗକାରିଣୀଙ୍କ ଫଟୋ ଉଠାଇ ତାଙ୍କୁ ବ୍ଲାକ ମେଲିଂ କରୁଥିଲା । ପରବର୍ତ୍ତି ସମୟରେ ଅଭିଯୋଗକାରିଣୀ ଏବଂ ତାଙ୍କ ନାବାଳିକା ଝିଅର ଏକାଧିକ ଅଶ୍ଳୀଳ ଫଟୋ ଏବଂ ଭିଡିଓ ଉଠାଇ ଉଭୟଙ୍କୁୁ ବ୍ଲାକମେଲିଂ କରୁଥିଲା । ଫଟୋ ଓ ଭିଡିଓ ଭାଇରାଲ କରିବା ଧମକ ଦେଇ ଉଭୟ ମା’ ଓ ଝିଅଙ୍କୁ ଦୁଷ୍କର୍ମ କରୁଥିଲା ।
