ଟ୍ୱିନସିଟିରେ ହେବ ନୂଆ ଆଇଟି ପାର୍କ। ଏ ନେଇ ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। 

ଟ୍ୱିନସିଟିରେ ହେବ ନୂଆ ଆଇଟି ପାର୍କ। ଏ ନେଇ ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ୧୦୦୦ ହେକ୍ଟର ଜମିରେ ତିଆରି ହେବ ନୂଆ ଆଇଟି ପାର୍କ।ଭୁବନେଶ୍ୱରରେ ୧୦ ନିୟୁତ ବର୍ଗ ମିଟରର ହେବ ବିଲ୍ଟ ଅପ୍‌ ଏରିଆ।ସେ ଆହରି କହିଛନ୍ତି ଯେ, ୫ ବର୍ଷରେ ସଡ଼କ ନିର୍ମାଣରେ ଖର୍ଚ୍ଚ ହେବ ୨ ଲକ୍ଷ ୩୦ ହଜାର କୋଟି ଟଙ୍କା। ରାଜ୍ୟର ୫ ବଡ଼ ସହର ସମେତ ୧୧ ସହରରେ ତିଆରି ହେବ ରିଙ୍ଗ ରୋଡ।ବ୍ରହ୍ମପୁରରୁ ଜୟପୁର ମଧ୍ୟରେ ନିର୍ମାଣ ହେବ ଗ୍ରୀନ ଫିଲ୍ଡ କରିଡର। ୫ ବର୍ଷରେ ରାଜ୍ୟରେ ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ସୁବିଧା ମିଳିବ।

You might also like