ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଷ୍ଟାର ପ୍ରଚାରକ

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ରାଜନୈତିକ ଦଳ ଗୁଡ଼ିକ ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି। ଏହା ମଧ୍ୟରେ ଭାରତୀୟ ଜନତା ପାର୍ଟି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି। ତାଲିକାରେ ଅଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହା ବ୍ୟତୀତ ତାଲିକାରେ ପ୍ରଧାନମନ୍ତ୍ରୀ ମୋଦି, ଜେ.ପି ନଡ୍ଡା, ରାଜନାଥ ସିଂହ, ଅମିତ ଶାହ, ନୀତିନ ଗଡ଼କରୀ, ଶିବରାଜ ସିଂ ଚୌହାନ ସ୍ଥାନ ପାଇଛନ୍ତି।ସୂଚନାଯୋଗ୍ୟ, ୮୧ ଆସନ ବିଶିଷ୍ଟ ଝାଡ଼ଖଣ୍ଡ ବିଧାନସଭାର ଏଥର ଦୁଇଟି ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଯାଉଛି। ନଭେମ୍ବର ୧୮ରେ ପ୍ରଥମ ପର୍ଯ୍ୟାୟ ଓ ୨୦ ରେ ଦ୍ଵିତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ ହେବ। ନଭେମ୍ବର ୨୩ରେ ଭୋଟ୍ ଗଣତି ରହିଛି। ଗତ ନିର୍ବାଚନରେ କୌଣସି ଦଳକୁ ସଂଖ୍ୟା ଗରିଷ୍ଠତା ମିଳି ନ ଥିଲା। ଜେଏମଏମ ୨୫ ସିଟ୍, ବିଜେପି ୨୫, କଂଗ୍ରେସ ୧୭ ସିଟ୍ ଜିତିଥିଲେ। ତେବେ ଜେଏମଏମ ଓ କଂଗ୍ରେସ ଇଣ୍ଡିଆ ମେଣ୍ଟ ମିଶି ସରକାର ଗଢିଥିଲେ।