୫ଦିନ ଯାଏ ଜାରି ରହିବ କାଳବୈଶାଖୀ ବର୍ଷା

ରାଜ୍ୟରେ ଅସହ୍ୟ ଗୁଳୁଗୁଳି ଓ ଗରମ ସହ କାଳବୈଶାଖୀ ବର୍ଷା ଲାଗି ରହିଛି । ଏଭଳି ସ୍ଥିତି ଆହୁରି ୫ଦିନ ଯାଏ ଜାରି ରହିବ । ଆଜି ଦକ୍ଷିଣ ଓଡିଶା, ଉତ୍ତର ଉପକୂଳ ଓଡ଼ିଶା ସହ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି।ଆସନ୍ତା ୨୩ ତାରିଖରେ କେନ୍ଦ୍ରୀୟ ପୂର୍ବ ଆରବସାଗରରେ ମହାରାଷ୍ଟ୍ର ଉପକୂଳଠାରୁ ଦୂରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପରେ ଏହା ଲଘୁଚାପ ରୂପ ନେବ। କ୍ରମଶଃ ଏହା ଘନୀଭୂତ ହୋଇ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ୨୫ ତାରିଖରେ ବାତ୍ୟା ରୂପ ନେଇପାରେ। ୨୭ରେ ଭୀଷଣ ବାତ୍ୟା ରୂପ ନେବାର ଆଶଙ୍କା ଅଛି। ଏହା ୨୯ ତାରିଖରେ ଗୁଜୁରାଟ ଉପକୂଳ ଛୁଇଁପାରେ ବୋଲି ସେ କହିଛନ୍ତି। ଗରମ ଓ ଗୁଳୁଗୁଳି ପାଇଁ ୫ ଜିଲ୍ଲା ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।। ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ବଲାଙ୍ଗୀର ଓ ନୂଆପଡ଼ାରେ ଘଡ଼ଘଡ଼ି ଓ ବର୍ଷା ସହିତ ୩୦ରୁ ୪୦ କିମି ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

You might also like