ଓଡିଶାରେ ମାଣ୍ଡିଆରୁ ତିଆରି ହେବ ମଦ

ଓଡ଼ିଶାରୁ ବିଦେଶକୁ ବଢ଼ିବ ମଦର ରପ୍ତାନୀ। ଓଡିଶାରେ ତିଆରି ହେବ ଅଧିକ ପରିମାଣରେ ମଦ। ଯାହା ଉପରେ କମ୍ପାନୀକୁ ସବସିଡି ଦେବେ ରାଜ୍ୟ ସରକାର। 2025-26 ଅବକାରୀ ପଲିସିକୁ ନେଇ ଅବକାରୀମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତା ରେ ବସିଥିବା ବୈଠକରେ ଏଭଳି କିଛି ଯୋଜନା ପ୍ରସ୍ତୁତ କରାଯାଇଛି । ଖୁବ ଶୀଘ୍ର ଏ ନେଇ ରାଜ୍ୟ ଶିଳ୍ପ ବିଭାଗ ସହ ହେବ ଆଲୋଚନା ।

ମାଣ୍ଡିଆ, ଯଅ, ବାଜ୍ରା ଭଳି ଖାଦ୍ୟ ଶସ୍ୟରୁ ମଦ ତିଆରି କରିବାକୁ ଆଗ୍ରହୀ ଥିବା କିଛି କମ୍ପାନୀ ସହ ଏ ନେଇ ହୋଇଛି ଅବକାରୀ ବିଭାଗର ଆଲୋଚନା ।ସେହିପରି ଅପମିଶ୍ରିତ ମଦ କିଭଳି ବନ୍ଦ ହେବ ଆଉ ଏଥିପାଇଁ ପଲିସିରେ କଣ ପରିବର୍ତ୍ତନ କରାଯିବ ସେ ନେଇ ଆଲୋଚନା ହୋଇଛି । ରାଜ୍ୟ ସରକାରଙ୍କ ନୂଆ ଅବକାରୀ ନୀତି ନେଇ ଆଜି ଏକ ଉଚ୍ଚ ସ୍ତରୀୟ ବୈଠକରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସହ ଅବକାରୀ କମିଶନର ଓ ବହୁ ଷ୍ଟେକ ହୋଲଡର ଉପସ୍ଥିତି ଥିଲେ ।

You might also like