ଆଜି ଲଘୁଚାପ, , ୪ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା
ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ରାଜ୍ୟରେ ୨ ଦିନ ଲଗାଣ ବର୍ଷା ନେଇ ସତର୍କତା ଜାରି ।କାଲି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ପ୍ରବଳ ବର୍ଷା ନେଇ ରହିଛି ଆଶଙ୍କା । ଉତ୍ତର-ପଶ୍ଚିମ ଓଡ଼ିଶାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।ଦୁଇଟି ଜିଲା କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ତଥା ଭାରିମାତ୍ରାରେ ବର୍ଷା ହେବା ସମ୍ଭାବନା ରହିଥିବାରୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହ ବିଜୁଳି, ଘଡ଼ଘଡ଼ି ଓ ବଜ୍ରପାତ ନେଇ ମଧ୍ୟ ସତର୍କ କରାଯାଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୋଳ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼ ଆଦି ଜିଲା ପାଇଁ ମଧ୍ୟ ଅରେଞ୍ଜ ଓ୍ବାନିର୍ଂ ଦିଆଯାଇଛି। ଏହି ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ବିଜୁଳି, ଘଡ଼ଘଡ଼ି, ବଜ୍ରପାତ ଏବଂ ଝଟ୍କା ପବନ ୩୦ରୁ ୪୦ କିମି ବେଗରେ ବହିବା ସମ୍ଭାବନା କରିଛି। ଅନ୍ୟପଟେ ବରଗଡ଼, ସୋନପୁର, ବୌଦ୍ଧ, ଜଗତ୍ସିଂହପୁର, କଟକ, ଗଞ୍ଜାମ ଓ ଗଜପତି ଜିଲା ପାଇଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରି ୟେଲୋ ଓ୍ବାର୍ନିଂ ଦେଇଛି ପାଣିପାଗ କେନ୍ଦ୍ର। ପୁରୀ, ଖୋର୍ଦ୍ଧା, ନୟାଗଡ଼ ପାଇଁ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି ହୋଇଥିବା ବେଳେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବା ନେଇ ଆକଳନ କରାଯାଇଛି।କାଲି ରଥଯାତ୍ରାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଭକ୍ତ ଭିଜି ଭିଜି ରଥ ଟାଣିବେ ବୋଲି ଆଶଙ୍କା ସୃଷ୍ଟି ହୋଇଛି ।
