୨୭ ଓ ୨୮ ଦୁଇଦିନ ପ୍ରବଳ ବର୍ଷା

ଦୀର୍ଘ ଦିନର ଗରମ ଓ ଗୁଳୁଗୁଳି ପରେ, ମେ ୨୭ ଓ ୨୮ ତାରିଖରେ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁସାରେ, ବଙ୍ଗୋପସାଗରରେ ଏକ ନିମ୍ନଚାପ ରେଖା ପ୍ରଭାବରେ ଏହି ବର୍ଷା ହେବ।। ଦକ୍ଷିଣ ଓଡ଼ିଶାର ରାୟଗଡା, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ । ପାଣିପାଗ ବିଭାଗର ସୂଚନା ଅନୁସାରେ, ସଅଳ ମୌସୁମୀ ପାଇଁ ଏହି ଲଘୁଚାପ ସହାୟକ ହେବ । ଆଗାମୀ ୨ ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବ । ଏପରିକି ନିର୍ଦ୍ଧାରିତ ସମୟ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ବିଭିନ୍ନ ଜିଲ୍ଲାରେ ଗତକାଲିଠୁ ପ୍ରାକ-ମୌସୁମୀ ବର୍ଷା ଆରମ୍ଭ ହୋଇଛି ।

ଆସନ୍ତା ୭ ଦିନ ଯାଏ ରାଜ୍ୟରେ ଲାଗିରହିବ ବର୍ଷା ।ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ବିସ୍ତାରିତ ଆକଳନ ବି ଏହି ଦିଗରେ ସଙ୍କେତ ଦେଖାଉଛି । ଆସନ୍ତା ୨୭ରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପରବର୍ତ୍ତୀ ଦୁଇଦିନରେ ସାମାନ୍ୟ ଘନୀଭୂତ ବି ହୋଇପାରେ । ଏହା ପ୍ରଭାବରେ ୨୭ ଓ ୨୮ ତାରିଖରେ ଓଡ଼ିଶାର କେତେକ ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ମେ ୨୯ରୁ ଜୁନ୍‌ ୪ ତାରିଖ ପର୍ଯ୍ୟନ୍ତ ଆଇଏମଡି ଜାରି କରିଥିବା ପୂର୍ବାନୁମାନ ଅନୁସାରେ, ଏହି ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ପୂର୍ବ ଭାରତର କିଛି ଅଞ୍ଚଳରେ ପ୍ରବେଶ କରିପାରେ । ଯଦି ଏମିତି ହୁଏ, ତେବେ ଏହି ସମୟରେ ମୌସୁମୀ ଓଡ଼ିଶା ପ୍ରବେଶ କରିବ ।

You might also like