ପଞ୍ଚଭୂତରେ ଲୀନ ହେଲେ ଦିବଙ୍ଗତ ପ୍ରଧାନମନ୍ତ୍ରୀ ମନମୋହନ ସିଂହ।

ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି । ନିଗମ ବୋଧ ଘାଟରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନ୍ତିମ ସଂସ୍କାର କରାଯାଇଛି । ଝିଅ ଦେଲେ ମୁଖାଗ୍ନି । ଏହାପୂର୍ବରୁ ତାଙ୍କର ଶେଷ ଯାତ୍ରା କଂଗ୍ରେସ କାର୍ଯ୍ୟାଳୟରୁ ନିଗମ ବୋଧ ଘାଟକୁ ନିଆଯାଇଥିଲା। ଏଥିରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ମଧ୍ୟ ସାମିଲ ହୋଇଥିଲେ।

ମନମୋହନ ସିଂଙ୍କ ଅନ୍ତିମ ସଂସ୍କାର ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଉପସ୍ଥିତ ଥିଲେ।ଶେଷକୃତ୍ୟ ସମୟରେ ୩ ସେନା ପକ୍ଷରୁ ସଲାମୀ ଦିଆଯାଇଛି । ଡ. ମନମୋହନ ସିଂହଙ୍କୁ ଶେଷ ଦର୍ଶନ କଲେ ଭୁଟାନ ରାଜା । ଅନ୍ତିମ ସଂସ୍କାରରେ ଆମେରିକା, ବ୍ରିଟେନ, ଫ୍ରାନ୍ସ, ରୁଷିଆର ପ୍ରତିନିଧି ସାମିଲ ହୋଇଥିଲେ ।ଗୁରୁବାର ରାତିରେ ଦିଲ୍ଲୀ ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ୯୨ ବର୍ଷ ବୟସରେ ଆଖି ବୁଜିଥିଲେ ମନମୋହନ ସିଂହ।

You might also like