ଉପଲବ୍ଧ ହେଲା ମାଟ୍ରିକ୍ ପରୀକ୍ଷା ଆଡମିଟ୍ କାର୍ଡ

ଆସନ୍ତ ୨୧ ତାରିଖରୁ ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏଥିପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଆଡମଟି କାର୍ଡ ଜାରି କରାଯାଇଛି। ଛାତ୍ରଛାତ୍ରୀମାନେ www.bseodisha.ac.in ୱେବସାଇଟକୁ ଯାଇ ନିଜର ଆଡମିଟ କାର୍ଡ ଡାଉନଲୋଡ କରିପାରିବେ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ସୂଚନା ଦିଆଯାଇଛି। ସୂଚନା ଅନୁସାରେ, ଆସନ୍ତା ୨୧ ତାରିଖରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଉଭୟ ରେଗୁଲାର ଏବଂ ଏକ୍ସ ରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରାୟ ୫ ଲକ୍ଷ ୧୦ ହଜାର ୭୭୮ ଛାତ୍ରଛାତ୍ରୀ ଏଥର ପରୀକ୍ଷା ଦେବେ।

ପରୀକ୍ଷା ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତେବେ ପ୍ରଥମ ଦିନ ଅର୍ଥାତ ୨୧ ରେ ମାତୃଭାଷା ଓଡ଼ିଆ, ୨୪ ତାରିଖରେ ଦ୍ୱିତୀୟ ଭାଷା ଇଂରାଜୀ, ୨୭ ତାରିଖରେ ଗଣିତ , ମାର୍ଚ୍ଚ ୧ରେ ସାଧାରଣ ବିଜ୍ଞାନ, ମାର୍ଚ୍ଚ ୩ରେ ସାମାଜିକ ବିଜ୍ଞାନ, ମାର୍ଚ୍ଚ ୬ରେ ତୃତୀୟ ଭାଷା ହିନ୍ଦୀ କିମ୍ବା ସଂସ୍କୃତ ବିଷୟ ରହିଛି। ପରୀକ୍ଷା ସକାଳ ୯ ଟାରୁ ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ ଚାଲିବ।

You might also like