ଆସନ୍ତା ଫେବ୍ରୁଆରୀ ୨୧ ରୁ ମାଟ୍ରିକ ପରୀକ୍ଷା ।

ଆସନ୍ତା ଫେବ୍ରୁଆରୀ ୨୧ ରୁ ମାଟ୍ରିକ ପରୀକ୍ଷା । ମାଟ୍ରିକ ପରୀକ୍ଷା ନେଇ ଆଜି ତାରିଖ ଘୋଷଣା କରିଛି ବୋର୍ଡ । ଆସନ୍ତା ବର୍ଷ ଅର୍ଥାତ୍ ୨୦୨୫ ଫେବ୍ରୁଆରୀ ୨୧ ତାରିଖରୁ ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ ।୨୧ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା ହେବ। ୨୪ ତାରିଖରେ ଦ୍ୱିତୀୟ ଭାଷା ଇଂରାଜୀ ପରୀକ୍ଷା ହେବ। ୨୭ରେ ଗଣିତ ଓ ମାର୍ଚ୍ଚ ୧ରେ ବିଜ୍ଞାନ ପରୀକ୍ଷା ହେବ। ମାର୍ଚ୍ଚ ୩ରେ ସାମାଜିକ ବିଜ୍ଞାନ ଓ ୬ରେ ତୃତୀୟ ଭାଷା ହିନ୍ଦୀ/ସଂସ୍କୃତ ପରୀକ୍ଷା ହେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି।

ସକାଳ ୯ଟାରୁ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଚାଲିବ ପରୀକ୍ଷା। ଗଣିତ ପରୀକ୍ଷା ପାଇଁ ଅଧିକ ୧୫ ମିନିଟ ସମୟ ଦିଆଯିବ। ସେହିଦିନ ପରୀକ୍ଷା ସରିବ ୧୧ଟା ୪୫ରେ।

You might also like