ରେଳ ଷ୍ଟେସନ ନିକଟ ବସ୍‌ଷ୍ଟାଣ୍ଡରେ ମାଡ଼ିଗଲା ମୋ ବସ

ଭୁବନେଶ୍ୱର ରେଳ ଷ୍ଟେସନ ନିକଟ ବସ୍‌ଷ୍ଟାଣ୍ଡରେ ମାଡ଼ିଗଲା ମୋ ବସ । ଜଣେ ଗୁରୁତର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି। ପୁରୀର ରଞ୍ଜିତ ବେହେରା ଟ୍ରେନରେ ଭୁବନେଶ୍ବର ଆସିଥିଲେ। ଷ୍ଟେସନରେ ପହଁଚିବା ପରେ ଖରା ହେଉଥିବାରୁ ଠିଆ ହେଇଥିଲେ। କିନ୍ତୁ ହଠାତ ମୋ ବସ୍‌ ଡ୍ରାଇଭର କିଛି ନଦେଖି ଆଗକୁ ମାଡି ଆସିଥିଲେ। ଫଳରେ ଗୋଡ଼ରେ ପ୍ରବଳ ଆଘାତ ଲାଗିଛି।ତାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଗତ ସପ୍ତାହରେ ଭୁବନେଶ୍ବର ପାତ୍ରପଡା ନିର୍ମାଣଧିନ ଫୁଟ ଓଭର୍ ବ୍ରିଜ ନିକଟରେ ଘଟିଥିଲା ଏହି ଭୟଙ୍କର ଦୁର୍ଘଟଣା । ରାସ୍ତା କଡରେ ଅପେକ୍ଷାରତ ଲୋକଙ୍କ ଉପରକୁ ମୋ ବସ୍ ଚଢିଯିବାରୁ ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା । ଫଳରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିବା ଦେଖିବାକୁ ମିଳଥିଲା ।

You might also like