ବିଷାକ୍ତ ମଦ କାରବାର ରୋକିବାକୁ ଗୁରୁତ୍ୱ ଦେବ ସରକାର

ରାଜ୍ୟରେ ନୂଆ ଅବକାରୀ ନୀତି ୨୦୨୫-୨୬ ଖୁବ୍‌ଶୀଘ୍ର ପ୍ରସ୍ତୁତ ହେବ। ଏନେଇ ଫର୍ଚ୍ୟୁନ୍‌ ଟାଓ୍ବାରସ୍ଥିତ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅବକାରୀ ବିଭାଗ କମିଶନର ତଥା ଶାସନ ସଚିବ ଗୁହା ପୁନମ ତାପସ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।ଦେଶୀ ଓ ବିଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି, ମୂଲ୍ୟ ନିର୍ଦ୍ଧାରଣ, ଟିକସ ଢାଞ୍ଚାର ନବୀକରଣ, ବିଭିନ୍ନ ବିଭାଗ ସହ ସମନ୍ବୟ, ସଡ଼କ ସୁରକ୍ଷା, ହୋଟେଲ ଶିଳ୍ପ, ବେଆଇନ ମଦ କାରବାର ରୋକିବାକୁ ଗୁରୁତ୍ୱାରୋପ କରାଯାଇଥିଲା।

ବୈଠକରେ ଅବକାରୀ କମିଶନର ନରସିଂହ ଭୋଳ, ଓଏସ୍‌ବିସି ଏମ୍‌ଡି ଅମ୍ବର କର, ସିଜିଏମ୍‌ ମାନସ ସ୍ବାଇଁ, ଜିଏମ୍‌ ସଞ୍ଜୟ ରାଉତଙ୍କ ସମେତ ବିଭିନ୍ନ ବିଭାଗର ନୋଡାଲ ଅଧିକାରୀ ଓ ପ୍ରତିନିଧିମାନେ ଉପସ୍ଥିତ ଥିଲେ।ବିଷାକ୍ତ ମଦ୍ୟପାନଜନିତ ମୃତ୍ୟୁ କିମ୍ବା ଅସୁସ୍ଥତାକୁ ସରକାର କୌଣସି ପରିସ୍ଥିତିରେ ଗ୍ରହଣ କରି ପାରିବେ ନାହିଁ। ଏହିଭଳି ବେଆଇନ କାର୍ଯ୍ୟରେ ଲିପ୍ତ ବ୍ୟକ୍ତିସମୂହଙ୍କୁ କଡ଼ା ଦଣ୍ଡବିଧାନ ଲାଗି ରାଜ୍ୟ ସରକାର ପ୍ରାଥମିକତା ଦେଉଥିବା ବୈଠକରେ ମତ ପ୍ରକାଶ ପାଇଛି।

You might also like