ଫେବୃଆରୀ ୨୨ରୁ ମାର୍ଚ୍ଚ ୨ ଭୁବନେଶ୍ୱରରେ ସୁଭଦ୍ର ଶକ୍ତି ମେଳା

ସୁଭଦ୍ରା ଯୋଜନା ପରେ ମହିଳାମାନଙ୍କୁ ଆଉ ଏକ ଖୁସି ଖବର ଦେଇଛନ୍ତି ସରକାର , ଏବେ ସୁଭଦ୍ରା ଯୋଜନା ପରେ ମହିଳା ମାନଙ୍କ ପାଇଁ ସରକାର ଆଣିଛନ୍ତି ସୁଭଦ୍ରା ଶକ୍ତି ମେଳା , ଏହି ମେଳା ରେ ମିଶନ ଶକ୍ତି ମାଆ ମାନେ ଯୋଗ ଦେବେ , ବର୍ତ୍ତମାନ ସୁଦ୍ଧା ଏହି ମେଳାର ନାମ ସୁଭଦ୍ରା ଶକ୍ତି ମେଳା ରଖାଯାଇଛି |୨୨ ଫେବୃଆରୀରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ମେଳାରେ ରାଜ୍ୟର ବିଭିନ୍ନପ୍ରାନ୍ତରୁ ଆସିଥିବା ସ୍ଵୟଂ ସହାୟକ ଗୋଷ୍ଠୀ (ଏସ୍ଏଚ୍) ଏବଂ ଉତ୍ପାଦକ ଗୋଷ୍ଠୀ ଅଂଶଗ୍ରହଣ କରିବା ସହ ପ୍ରାୟ ୩୦୦ ରୁ ଅଧିକ ଷ୍ଟଲ ମାଧ୍ୟମରେ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କ ଦ୍ବାରା ପ୍ରସ୍ତୁତ ସାମଗ୍ରୀର ପ୍ରଦର୍ଶନୀ ସହିତ ବିକ୍ରି ହେବ ।

ମାର୍ଚ୍ଚ ୨ ଯାଏଁ ନଅ ଦିନ ଧରି ଚାଲିବ ଏହି ପ୍ରଦର୍ଶନୀ। ହସ୍ତଶିଳ୍ପ, ଟେରାକୋଟା, ବାଉଁଶ ଶିଳ୍ପ, ହସ୍ତତନ୍ତ ଏବଂ ଘରୋଇ ଆବଶ୍ୟକୀୟ ସାମଗ୍ରୀ ଠାରୁ ଆରମ୍ଭ କରି ଅନ୍ୟାନ୍ୟ ସାମଗ୍ରୀ ବିକ୍ରୀ ହେବ । ମିଲେଟ୍ ଭିତ୍ତିକ ଖାଦ୍ୟ ସହ ମହିଳାଙ୍କ ହାତ ତିଆରି ଖାଦ୍ୟ ପଦାର୍ଥ ଖାଇବାକୁ ମିଳିବ । ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଦର୍ଶକମାନେ, ମହିଳା ଉଦ୍ୟୋଗୀମାନଙ୍କଠାରୁ ସିଧାସଳଖ ହାତ ତିଆରି ଉତ୍ପାଦ କ୍ରୟ କରିବାର ସୁଯୋଗ ପାଇବେ, ଯାହା ସେମାନଙ୍କର ଆର୍ଥିକ ସଶକ୍ତିକରଣରେ ମଧ୍ୟ ସହାୟକ ହେବ।

You might also like