ଜୁଲାଇରେ ଆରମ୍ଭ ହେବ ଜନଗଣନା ।

ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବଡ଼ ଘୋଷଣା । ରାଜ୍ୟରେ ଆସନ୍ତା ଜୁଲାଇ ମାସରୁ ଆରମ୍ଭ ହେବ ଜନଗଣନା । ଏଥିପାଇଁ ସମସ୍ତ ପ୍ରସ୍ତୁତି କରିବାକୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି । ଏଣୁ ସରକାରଙ୍କ ଡେଡ୍‌ଲାଇନ୍‌ ପରେ ଗଠନ ହୋଇପାରିବ ନାହିଁ ନୂଆ ପୌର, ରାଜସ୍ୱ ଗ୍ରାମ ଓ ପଞ୍ଚାୟତ । ଏହାପୂର୍ବରୁ ପଡ଼ା ଗାଁରୁ ରାଜସ୍ୱ ଗ୍ରାମ ହେବା ପାଇଁ ଆସିଥିବା ଆବେଦନ ଗୁଡ଼ିକୁ ମଞ୍ଜୁର କରିବାକୁ ଚେଷ୍ଟା କରାଯିବ କହିଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ । ଏଥିପାଇଁ ୧୦୦୦ ଆବେଦନରୁ ୩୦୦ଟି ରାଜସ୍ୱ ଗାଁ ହୋଇ ସାରିଲେଣି । ମୋଡାଲିଟି ଅନୁସାରେ ଯେଉଁ ପଡ଼ା ଓ ଗାଁରେ ୨୫୦ ଲୋକ ଥିବେ ଓ ତାହା ମୂଳ ଗାଁରୁ ୫୦୦ ମିଟର ଦୂରରେ ଥିବ, ତାକୁ ହିଁ ରାଜସ୍ୱ ଗାଁ ମାନ୍ୟତା ମିଳିବ ।

You might also like