୧୯ ଏପ୍ରିଲରେ ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ

ଓଡିଶା ଆସୁଛନ୍ତି କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ । ଏପ୍ରିଲ ୧୯ ତାରିଖରେ ଦିନିକିଆ ଓଡିଶା ଗସ୍ତରେ ଆସି ବରମୁଣ୍ଡା ଗ୍ରାଉଣ୍ଡରେ ରାଜ୍ୟ ପାଇଁ ଅନେକ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି ସୋମବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ।ଓଡ଼ିଶା ପାଇଁ ଏବେ ସୁବର୍ଣ୍ଣ ଯୁଗ, କାରଣ ଡବଲ ଇଞ୍ଜିନ ସରକାର ଅଧୀନରେ ବିକାଶ ପାଇଁ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଲକ୍ଷ୍ୟରେ କେନ୍ଦ୍ରୀୟ ନେତୃତ୍ୱ ରାଜ୍ୟକୁ ଆସୁଛନ୍ତି, ବୋଲି ସେ କହିଛନ୍ତି।

You might also like