ଚଳିତବର୍ଷ ପୁରୀ ଚନ୍ଦନ ଯାତ୍ରାରେ ବାଣ ବ୍ୟବହାର ହୋଇପାରିବ ନାହିଁ 

ଚଳିତ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଶାନ୍ତି ଶୃଙ୍ଖଳାର ସହ ଅନୁଷ୍ଠିତ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ । ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ। ରଥଯାତ୍ରା ପ୍ରସ୍ତୁତିରେ ଯେପରି କୌଣସି ପ୍ରକାର ତ୍ରୁଟି ନହୁଏ, ସେଥିପ୍ରତି ଦୃଷ୍ଟି ଦେଇ କାର୍ଯ୍ୟ କରିବାକୁ ପୋଲିସ ପ୍ରଶାସନ ଓ ସମ୍ପୃକ୍ତ ବିଭାଗଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ।

ସେହିପରି ବିଭିନ୍ନ ବିଭାଗର ସେବା ପ୍ରଦାନକୁ ସମନ୍ୱତ କରିବା ପାଇଁ ଇଣ୍ଟିଗ୍ରେଟେଡ଼ କମାଣ୍ଡ କଣ୍ଟ୍ରୋଲ ସେଣ୍ଟର, ଯାନ ବାହନ ପାଇଁ ପାର୍କିଂ ବ୍ୟବସ୍ଥା, ରଥ ନିର୍ମାଣ ପ୍ରସ୍ତୁତି, ରଥଟଣା ସୁବ୍ୟବସ୍ଥା, ବଡଦାଣ୍ଡର ପ୍ରସ୍ତୁତି, ବିଶିଷ୍ଟ ଅତିଥି ମାନଙ୍କ ନିମନ୍ତେ ସ୍ୱତନ୍ତ୍ର ବ୍ୟବସ୍ଥା ନେଇ ବିସ୍ତୃତ ଆଲୋଚନା ହୋଇଛି । ବୈଠକରେ ଡିଜିପି ୱାଇ. ବି. ଖୁରାନିଆ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ, ରାଜ୍ୟ ପ୍ରଶାସନର ସମ୍ପୃକ୍ତ ବିଭିନ୍ନ ବିଭାଗର ସଚିବ, ବରିଷ୍ଠ ପଦାଧିକାରୀ ତଥା ପୁଲିସ ପ୍ରଶାସନର ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ। ଏହା ସହିତ ଚଳିତବର୍ଷ ପୁରୀ ଚନ୍ଦନ ଯାତ୍ରାରେ ବାଣ ବ୍ୟବହାର ହୋଇପାରିବ ନାହିଁ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଶୁକ୍ରବାର ସୂଚନା ଦେଇଛନ୍ତି। ଭକ୍ତ ଓ ସେବାୟତଙ୍କ ପାଇଁ ଇନ୍‌ସ୍ୟୁରାନ୍ସ ବ୍ୟବସ୍ଥା ରହିବା ସହ ଚନ୍ଦନଯାତ୍ରା ନୀତି ନିର୍ଘଣ୍ଟକୁ ଛତିଶା ନିଯୋଗର ଅନୁମୋଦନ ରହିଥିବା କହିଛନ୍ତି ମୁଖ୍ୟ ପ୍ରଶାସକ। ନରେନ୍ଦ୍ର ପୁଷ୍କରିଣୀ ବାହାରେ ୨ଟି ଫାଷ୍ଟଏଡ ସେଣ୍ଟର କରାଯିବ।

You might also like