ମାର୍ଚ୍ଚ ୩ରେ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଆସନ୍ତା ମାର୍ଚ୍ଚ ୩ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଅଭିଯୋଗ ଶୁଣାଣି କରିବେ।ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣଫେବୃୟାରୀ ୨୮ତାରିଖ ୧୧ ଟା ରୁ ଆରମ୍ଭ ହେବ ଏବଂସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ।
ଏଥିନିମନ୍ତେ,ଆଗ୍ରହୀ ଜନସାଧାରଣଜନ ଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ।

You might also like