ଆସନ୍ତା ୩ରେ ଜନ ଅଭିଯୋଗ ଶୁଣାଣି
ଆଗାମୀ ଫେବୃୟାରୀ ୩ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ।ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜାନୁଆରୀ ୩୧ ତାରିଖରୁ ଆରମ୍ଭ ହେବ । ତେବେ ସର୍ବାଧିକ ଏକ ହଜାର ଜଣ ପଞ୍ଜୀକରଣ କରିପାରିବେ । ଏଥିନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
