ଖୁବ୍ଶୀଘ୍ର କରୋନା ମାର୍ଗଦର୍ଶିକା ଆଣିପାରନ୍ତି ରାଜ୍ୟ ସରକାର-ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
ରାଜ୍ୟରେ ପ୍ରତିଦିନ କୋଭିଡ ମାମଲା ବୃଦ୍ଧି ପାଉଛି। ଯଦି ଏପରି ମାମଲା ଲଗାତାର ବୃଦ୍ଧି ପାଏ ତେବେ ଖୁବ୍ଶୀଘ୍ର କରୋନା ମାର୍ଗଦର୍ଶିକା ଆଣିପାରନ୍ତି ରାଜ୍ୟ ସରକାର। ତଥାପି ରାଜ୍ୟରେ କୋଭିଡ୍ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର।ବର୍ତ୍ତମାନ ସୁଦ୍ଧା ୭ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି। ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୦ ରହିଛି। କରୋନାକୁ ନେଇ କୌଣସି ଭୟଭିତ ହେବାର ନାହିଁ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। ଅନ୍ୟପକ୍ଷେ ରାଜ୍ୟ ସରକାର ମଧ୍ୟ କରୋନା ମୁକାବିଲା ନେଇ ପ୍ରସ୍ତୁତ ରହିଛନ୍ତି।
