ସାମୟିକ କର୍ମଚାରୀମାନେ କାର୍ଯ୍ୟରୁ ଅବସର ଗ୍ରହଣ କରିବା ପରେ ଏକକାଳୀନ ୨.୫ ଲକ୍ଷ ଟଙ୍କା ପାଇବେ।
ଓଡ଼ିଶା ସରକାର ରାଜ୍ୟର ସାମୟିକ କର୍ମଚାରୀଙ୍କ ପାଇଁ କାର୍ଯ୍ୟାନ୍ତର ରାଶି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ଏବେ ସାମୟିକ କର୍ମଚାରୀମାନେ କାର୍ଯ୍ୟରୁ ଅବସର ଗ୍ରହଣ କରିବା ପରେ ଏକକାଳୀନ ୨.୫ ଲକ୍ଷ ଟଙ୍କା ପାଇବେ। ପୂର୍ବରୁ ଏହି ରାଶି ଥିଲା ୧ ଲକ୍ଷ ୫୦ ହଜାର ଟଙ୍କା।ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ସାମୟିକ କର୍ମଚାରୀମାନେ କାର୍ଯ୍ୟରୁ ଅନ୍ତର ହେଲେ ସେମାନଙ୍କୁ ଏକକାଳୀନ ୨.୫ ଲକ୍ଷ ଟଙ୍କା (Cessation Benefit) ମିଳିବ । ଯଦି ସାମୟିକ କର୍ମଚାରୀମାନେ ନିୟମିତ ପଦବୀକୁ ଯାଇଥିବେ କିନ୍ତୁ ୫ ବର୍ଷ ପୂରଣ କରିନଥିବେ ତେବେ ସେ କ୍ଷେତ୍ରରେ ସେମାନଙ୍କୁ ମଧ୍ୟ ୨.୫ ଲକ୍ଷ ଟଙ୍କା ଏକକାଳୀନ ରାଶି ମିଳିବ।ଏହି ନିଷ୍ପତ୍ତି ରାଜ୍ୟର ହଜାର ହଜାର ସାମୟିକ କର୍ମଚାରୀଙ୍କ ପାଇଁ ଆର୍ଥିକ ସହାୟତା ବୃଦ୍ଧି କରିବ ବୋଲି ଆଶା କରାଯାଉଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ସାମୟିକ କର୍ମଚାରୀ ସଂଘ ସ୍ୱାଗତ କରିଛି ଏବଂ ଏହା ସେମାନଙ୍କ ଜୀବନଧାରଣରେ ସହାୟକ ହେବ ବୋଲି କହିଛି।
