ଜମ୍ମୁରୁ ଫେରିବେ ଓଡ଼ିଆ  ଛାତ୍ରୀଛାତ୍ର,ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌

ଲଗାତାର ୩–୪ ଦିନ ହେବ ଜମ୍ମୁ ଅଶାନ୍ତ ରହିଥିବା ବେଳେ ଏବେ ଜମ୍ମୁରେ ଅଧ୍ୟୟନରତ ଓଡ଼ିଆ ଛାତ୍ରଙ୍କୁ ଫେରାଇ ଆଣିବାକୁ ବ୍ୟବସ୍ଥା କରିଛନ୍ତି ଓଡ଼ିଶା ସରକାର। ଜମ୍ମୁର କେନ୍ଦ୍ରୀୟ ସଂସ୍କୃତ ବିଶ୍ବବିଦ୍ୟାଳୟ ଖାଲି କରିବାକୁ ନିର୍ଦ୍ଦେଶ ଜାରି ହେବା ପରେ ସରକାର ଏହି ପଦକ୍ଷେପ ଗ୍ରହଣ କରିଛନ୍ତି। ଏନେଇ ଓଡ଼ିଶା ସରକାର ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲିଛନ୍ତି। ଦିଲ୍ଲୀସ୍ଥିତ ଓଡ଼ିଶା ନିବାସରେ ଛାତ୍ରୀଛାତ୍ରଙ୍କ ପାଇଁ ଏହି କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। ଏହି ନମ୍ବରଗୁଡ଼ିକ ହେଲା-୭୪୨୮୧୩୫୦୪୪, ୦୧୧-୨୪୬୭୯୨୦୧। ଏହି ନମ୍ବରରେ ଯୋଗାଯୋଗ କରିବାକୁ ପରିବାରବର୍ଗଙ୍କୁ ସରକାରଙ୍କ ପକ୍ଷରୁ ନିବେଦନ କରାଯାଇଛି। ଏଥିସହିତ ସ୍ବତନ୍ତ୍ର ଟିମ୍‌ର ବ୍ୟବସ୍ଥା କରାଯାଇଥିବାବେଳେ ୫ଟି ଟିମ୍‌ କରି ଅଧିକାରୀଙ୍କୁ ଦାୟିତ୍ୱ ମଧ୍ୟ ନ୍ୟସ୍ତ କରାଯାଇଛି।ତେବେ କାଲି ପାକିସ୍ତାନର ଡ୍ରୋନ୍ ମାଡ଼ ପରେ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ଖାଲି କରିବାକୁ ନିର୍ଦ୍ଦେଶ ଜାରି ହେବା ପରେ ଓଡ଼ିଶା ସରକାର ଏହି ପଦକ୍ଷେପ ଗ୍ରହଣ କରିଛନ୍ତି। ଏ

You might also like