ସରିଲା ମାଟ୍ରିକ ଖାତା ଦେଖା,ମେ’ ୨ୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ।

ମାଟ୍ରିକ୍ ଖାତା ମୂଲ୍ୟାୟନ ଶେଷ ହୋଇଛି । କେବଳ କିଛି ଅନ୍ୟ ଭାଷା ଉତ୍ତର ଖାତା ଯଥା ବେଙ୍ଗଲି, ତେଲୁଗୁ, ଉର୍ଦ୍ଧୁ ଭାଷାର ଖାତା ବୋର୍ଡ ଅଫିସ ପରିସରରେ ମୂଲ୍ୟାୟନ ଚାଲିଛି ।ରାଜ୍ୟର ୫୨ଟି ଯାକ ମୂଲ୍ୟାୟନ କେନ୍ଦ୍ରରେ ମୂଲ୍ୟାୟନ ସରି ଉତ୍ତର ଖାତାଗୁଡ଼ିକ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) କାର୍ଯ୍ୟାଳୟରେ କଡ଼ା ସୁରକ୍ଷା ବ୍ୟବସ୍ଥାରେ ପହଞ୍ଚିବା ପରେ ସେଗୁଡ଼ିକର ଟାବୁଲେସନ୍ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ।

ମେ’ ୨ୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ। ଏ ନେଇ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଆଉ ଦୁଇ ଦିନ ମଧ୍ୟରେ ଖାତା ଦେଖା ସରିଯିବ। ଏଆଇ ଏବଂ କ୍ୟୁଆର କୋର୍ଡ ଦ୍ୱାରା ପରୀକ୍ଷା ପରିଚାଳନା ସଫଳ ହୋଇଛି।

You might also like